‘ଆଦାନୀଙ୍କ ଇଚ୍ଛା ଅନୁସାରେ ଘୁଞ୍ଚିଲା ରଥଟଣା’

ଭୁବନେଶ୍ୱର,୨୮ା୬(ସୁନିତ୍‌ ମିଶ୍ର): ଚଳିତ ବର୍ଷ ତ୍ରୁଟି ଶୂନ୍ୟ ଓ ସ୍ମରଣୀୟ ରଥଯାତ୍ରା ହେବ ଏବଂ ଏକ ଦିବ୍ୟ ଅନୁଭୂତି ନେଇ ଭକ୍ତମାନେ ଫେରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ କିନ୍ତୁ ଅବ୍ୟବସ୍ଥିତ ଓ ମହାବିଭ୍ରାଟରେ ରଥଯାତ୍ରା ସମ୍ପନ୍ନ ହେଲା। ଦୋଷ ଏବଂ ତ୍ରୁଟି ଲୁଚାଇବାକୁ ସରକାର କହୁଛନ୍ତି ସବୁ କିଛି ଜଗନ୍ନାଥଙ୍କ ଇଚ୍ଛା ଅନୁସାରେ ହେଲା। ସବୁ ଜଗନ୍ନାଥଙ୍କ ଇଚ୍ଛା ନା ଆଦାମୀଙ୍କ ଇଚ୍ଛା ଅନୁସାରେ ହେଲା ବୋଲି ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।

ଶଙ୍ଖ ଭବନ ଠାରେ ଶନିବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପ୍ରତାପ ଜେନା କହିଛନ୍ତି, ଯଥା ସମୟରେ ସେବାୟତଙ୍କ ଦ୍ୱାରା ପହଣ୍ଡି ସମ୍ପନ୍ନ ହୋଇଥିଲେ ମଧ୍ୟ ସରକାରଙ୍କ ଅପାରଗତା ଲାଗି ଶରଧା ବାଲିରେ ୩ ରଥ ପହଞ୍ଚିବା ତ ଦୂରର କଥା ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ସିଂହଦ୍ୱାରରୁ ଘୁଞ୍ଚି ପାରିଲା ନାହିଁ। ପର୍ଯ୍ୟାପ୍ତ ସୁରକ୍ଷାକର୍ମୀ ଉପସ୍ଥିତ ଥିଲେ ମଧ୍ୟ ସରକାରଙ୍କ ଅପରିଣାମଦର୍ଶୀ ନିଷ୍ପତ୍ତି ଦ୍ୱାରା ପ୍ରଥମ ଥର ପାଇଁ ଅତ୍ୟଧିକ ସଂଖ୍ୟାରେ କର୍ଡନ ପାସ୍‌ ବଣ୍ଟନ ରଥଟଣାରେ ବିଭ୍ରାଟ ସୃଷ୍ଟିକଲା। ରଥ ନିକଟରେ ବହୁସଂଖ୍ୟାରେ ଦଳୀୟ ନେତାଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ଖବରଦାତମାନଙ୍କୁ ସରକାର ନିମନ୍ତ୍ରଣ କରି ପୋଲିସ୍‌ ଦ୍ୱାରା ମାଡ଼ମାରି ଲହୁଲୁହାଣ କରିବା ରଥଯାତ୍ରା ଇତିହାସରେ ପ୍ରଥମ। ପ୍ରଶାସନ ତୁରନ୍ତ ସ୍ପଷ୍ଟ କରନ୍ତୁ ରଥଯାତ୍ରାରେ କେତେ ସଂଖ୍ୟକ ଭକ୍ତ ମୃତାହତ ହୋଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ଗ୍ୟାସ୍‌ ସିଲିଣ୍ଡର, ବିକଳ୍ପ ଚୁଲା କଲେ ହୋଟେଲ ମାଲିକ, ଜାଣିଲେ ହୋଇଯିବ ତାଜୁବ

ବଲାଙ୍ଗୀର,୨୫ା୩(ବୀରେନ୍ଦ୍ର କୁମାର ଝାଙ୍କର): ଆମେରିକା-ଇସ୍ରାଏଲ-ଇରାନ୍‌ ଯୁଦ୍ଧ ପରେ ଭାରତରେ ଦେଖାଦେଇଥିବା ଏଲପିଜି ଗ୍ୟାସ୍‌ ସିଲିଣ୍ଡର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାର ପ୍ରଭାବ ବଲାଙ୍ଗୀରରେ ବିଶେଷକରି…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri