ଆଜିଠୁ ଗଡ଼ିବ ଅହିଂସା ରଥ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳିଛି ସାରା ଭାରତ। ସୋମବାର ଦେଶ ପାଳନ କରିବ ୭୬ତମ ସ୍ବାଧୀନତା ଦିବସ। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ୟୁନିଟ୍‌-୩ ପ୍ରଦର୍ଶନୀ ପଡିଆଠାରେ ଅନୁଷ୍ଠିତ ହେବ। ସକାଳ ୯ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ପୋଲିସ ଡିଜିଙ୍କ ସହ ବହୁ ଅଧିକାରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ପରିପ୍ରେକ୍ଷୀରେ ଏକ ଫଟୋଚିତ୍ର ପ୍ରଦର୍ଶନୀ ଉଦ୍‌ଘାଟନ କରାଯିବ। ଏଥିରେ ସ୍ବାଧିନତା ସଂଗ୍ରାମର ସମସ୍ତ ତଥ୍ୟ ଏବଂ ବରପୁତ୍ରମାନଙ୍କ ବଳିଦାନକୁ ପ୍ରଦର୍ଶିତ କରାଯିବ। ଏଥିସହିତ ପ୍ରଦର୍ଶନୀ ପଡିଆରୁ ଏକ ଅହିଂସା ରଥ ସମଗ୍ର ଓଡ଼ିଶା ଭ୍ରମଣରେ ବାହାରିବ। ଅଗଷ୍ଟ ୧୫ରୁ ଅକ୍ଟୋବର ୨ମଧ୍ୟରେ ଏହି ଅହିଂସା ରଥ ଓଡ଼ିଶାର ସମସ୍ତ ବରପୁତ୍ରଙ୍କ ଜନ୍ମସ୍ଥାନ, ସ୍ମୃତିପୀଠ, ସ୍ବାଧୀନତା ସଂଗ୍ରାମୀଙ୍କ ଜନ୍ମସ୍ଥାନ ପରିଭ୍ରମଣ କରିବା ସହିତ ବିଭିନ୍ନ ସ୍କୁଲ, କଲେଜକୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବ। ରଥରେ ଲାଗିଥିବା ଏଲ୍‌ଇଡି ସାହାଯ୍ୟରେ ବରପୁତ୍ର ଓ ସଂଗ୍ରାମୀଙ୍କ ଉପରେ ଆଧାରିତ ଚଳଚ୍ଚିତ୍ର ପ୍ରଦର୍ଶିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri