ଜନଜାତିଙ୍କ ନିଆରା ପରମ୍ପରା: ରଥାରୂଢ଼ ହେଲେ ତିନି ଠାକୁର, ଏମ୍‌ପିଙ୍କ ଛେରାପହଁରା ପରେ ଗଡ଼ିଲା ରଥ

ଦାରିଙ୍ଗବାଡ଼ି,୧୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଦୁର୍ଗମ ଗବାଟବାଡ଼ି ଗ୍ରାମରେ ଗୁରୁବାର ରଥଯାତ୍ରା ବହୁ ଆଡ଼ମ୍ବର ତଥା ଜନଜାତିଙ୍କ ସଂସ୍କୃତି ପରମ୍ପରାରେ ପାଳିତ ହୋଇଯାଇଛି। ଏହି ଯାତ୍ରାରେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗଦେଇ ରଥରେ ରୀତିନୀତି ପୂଜାର୍ଚ୍ଚନା କରିବା ସହ ଛେରାପହଁରା କରିଥିଲେ। ପରେ ସେ ରଥ ଟାଣିଥିଲେ। ତାଙ୍କ ସହ ଏମ୍‌ପିଙ୍କ କନ୍ଧମାଳ ନିର୍ବାଚନ ମଣ୍ଡଳୀର ପ୍ରତିନିଧି ଦୁର୍ଗା ଆଚାର୍ଯ୍ୟ, ବିଡିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରଜ ପାତ୍ର ପ୍ରମୁଖ ଯୋଗଦେଇ ରଥ ଟାଣିଥିଲେ।

ପ୍ରକାଶ ଯେ, ଗବାଟବାଡ଼ି ଜନଜାତି ସମ୍ପ୍ରଦାୟର ଲୋକ ବାସ କରୁଛନ୍ତି। ପ୍ରତ୍ୟେକ ବର୍ଷ ବିଭିନ୍ନ ପର୍ବପର୍ବାଣିକୁ ପାଳନ କରିଆସୁଥିବା ବେଳେ ଜଗନ୍ନାଥଙ୍କ ଏହି ରଥଯାତ୍ରାକୁ ନିଆରା ଢଙ୍ଗରେ ପାଳନ କରୁଛନ୍ତି। ଜନଜାତି ସମ୍ପ୍ରଦାୟର ମହିଳାମାନେ ପ୍ରଥମେ ଗାଁରେ ସୁଦର୍ଶନ ଚକ୍ର ସମେତ ଶ୍ରୀ ଜଗନ୍ନାଥ, ବଳଭଦ୍ର ଏବଂ ସୁଭଦ୍ରାଙ୍କ ଚତୁର୍ଦ୍ଧାମୂର୍ତ୍ତି ଓ କଳସକୁ ମୁଣ୍ଡରେ ବୋହି ଗାଁ ପରିକ୍ରମା କରନ୍ତି। ତାଙ୍କ ସହ ସଂକୀର୍ତ୍ତନ ଦଳର ମୃଦଙ୍ଗ, ଘଣ୍ଟା, ଗିନି ବାଦ୍ୟଯନ୍ତ୍ରରେ ଗାଁ ପ୍ରକମ୍ପିତ ହୁଏ। ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରଥାରୂଢ଼ କରାଯାଇଥିଲା। ସେଠାରେ କନ୍ଧମାଳ ଏମ୍‌ପି ଛେରା ପହଁରା ସହ ପୂଜାର୍ଚ୍ଚନା କରିବା ପରେ ରଥଟଣା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସବୁଠାରୁ ସୁନ୍ଦର ଓ ଭାଇଚାରା ସୃଷ୍ଟି ପାଇଁ ରଥକୁ ପ୍ରାୟ ୨ କିମି ଦୂର ପଡ଼ୋଶୀ ଗ୍ରାମ ଲାରିବାଡ଼ି ପର୍ଯ୍ୟନ୍ତ ଟଣାଯାଇଛି।

ଏନେଇ ଏମ୍‌ପି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଗବାଟବାଡ଼ି ଗ୍ରାମରେ ବନବାସୀଭାଇ ଓ ଭଉଣୀଙ୍କ ସହ ଏହି ଯାତ୍ରାରେ ମହାପ୍ରଭୁଙ୍କ ସେବା କରିବାର ସୁଯୋଗ ପାଇଲି। ଏହି ଗବାଟବାଡ଼ି ଗ୍ରାମକୁ ମୁଁ ଆଦର୍ଶ ଗ୍ରାମ ଭାବେ ଘୋଷଣା କରୁଛି। ଆସନ୍ତା ୩ ବର୍ଷ ମଧ୍ୟରେ ଗବାଟବାଡ଼ି ଗ୍ରାମର ବିକାଶ ପାଇଁ ସ୍ବତନ୍ତ୍ର ଦୃଷ୍ଟି ଦିଆଯିବ ବୋଲି ସେ ଘୋଷଣା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri