ନିର୍ଦ୍ଧାରିତ ସମୟ ପୂର୍ବରୁ ଗଡିଲା ରଥ

ପୁରୀ ଅଫିସ୍‌,୧୨।୭: ଚଳିତବର୍ଷ ନିର୍ଦ୍ଧାରିତ ସମୟ ପୂର୍ବରୁ ରଥ ଟଣା ଆରମ୍ଭ ହୋଇଛି। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ ରଥରେ ଛେରାପହଁରା ନୀତି ସମ୍ପାଦନ କରିବା ପରେ ରଥରେ ସାରଥି ବନ୍ଧା ଯାଇ ରଥ ଟଣା ଆରମ୍ଭ ହୋଇଥିଲା। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣା ଯାଇଇଛି। କୋଭିଡ୍‌ କଟକଣା ଯୋଗୁ ଏଥର ବିନା ଭକ୍ତରେ ରଥଯାତ୍ରା ଅନୁଷ୍ଠିତ ହେଉଛି ଏବଂ ସେବାୟତ ରଥକୁ ଟାଣି ନେଉଛନ୍ତି। ନିର୍ଦ୍ଧାରିତ ସମୟ ପୂର୍ବରୁ ଶ୍ରୀଜିଉଙ୍କ ସକାଳ ଧୂପ ଖେଚୁଡ଼ି ଭୋଗ ଶେଷ ହୋଇଥିବା ବେଳେ ରଥ ପ୍ରତିଷ୍ଠା କାର୍ଯ୍ୟ ମଧ୍ୟ ସମାପ୍ତ ହୋଇଥିଲା। ଏହାପରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ। ପ୍ରଥମେ ସୁଦର୍ଶନ ଏବଂ ପରେ ବଳଭଦ୍ରଙ୍କୁ ପହଣ୍ଡି କରି ରଥକୁ ନିଆଯାଇଥିଲା। ଧାଡ଼ି ପହଣ୍ଡିରେ ରଥକୁ ବିଜେ କରିଥିଲେ ଶ୍ରୀଜିଉ। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି ମହାରାଜ ରଥ ଖଳାକୁ ଆସିଥିଲେ। ଗୋଟିଏ ପରେ ଗୋଟିଏ ରଥରେ ଛେରାପହଁରା ନୀତି ସମ୍ପାଦନ କରିଥିଲେ।
ସୂଚନାଯୋଗ୍ୟ, କୋଭିଡ କଟକଣା ମଧ୍ୟରେ ଭକ୍ତଶୂନ୍ୟ ଘୋଷଯାତ୍ରା ପାଇଁ ବି ପୋଲିସ ପ୍ରଶାସନ ସଂପୂର୍ଣ୍ଣ ପ୍ରସ୍ତୁତ ରହିଛି । ଶୃଙ୍ଖଳିତ ଯାତ୍ରା ପାଇଁ ସହରକୁ ୧୨ଟି ଜୋନରେ ବିଭକ୍ତ କରାଯାଇ ପ୍ରାୟ ୬୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ସହରର ମୁଖ୍ୟ ପ୍ରବେଶ ପଥ, ବଡ଼ଦାଣ୍ଡର ଦୁଇ ପାର୍ଶ୍ୱରେ ଥିବା କୋଠାର ଛାତ ଉପରେ ସ୍ବତନ୍ତ୍ର ସୁରକ୍ଷା ବାହିନୀ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri