ଶ୍ରୀଗୁଣ୍ଡିଚାରୁ ଭାଙ୍ଗିଲାଣି ରଥ ଚକ, ଏଯାଏ ହୋଇନି ମରାମତି, ଅବହେଳାକୁ ନେଇ…

ଦାରିଙ୍ଗବାଡ଼ି,୩୦ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଚଳିତ ଶ୍ରୀଗୁଣ୍ଡିଚା ଦିନ ନୀତିକାନ୍ତିରେ ବିଳମ୍ବ,ସନ୍ଧ୍ୟା ୬ଟା ପରେ ରଥଟଣା ଏବଂ ବାଟରେ ରଥ ଚକ ଭାଙ୍ଗିଯିବା ପରେ ବିପଦ ସଂକୁଳ ଅବସ୍ଥାରେ ରଥକୁ ଟଣାଯିବା ଘଟଣାକୁ ନେଇ ଅଞ୍ଚଳରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଏବେ ତୀବ୍ର ଅସନ୍ତୋଷ ଦେଖାଯାଇଛି। ସେହିଦିନ ବିଭ୍ରାଟ ଓ ରଥଯାତ୍ରା ପରିଚାଳନା କମିଟିର ଅବହେଳା ଏବଂ ଜଗନ୍ନାଥ ସଂସ୍କୃତିକୁ ଦଳିଚକଟି ଆଧୁନିକ ବାଦ୍ୟଯନ୍ତ୍ର ସହ ଆଧୁନିକ ନୃତ୍ୟ ଭଳି ଦୃଶ୍ୟକୁ ଦେଖି ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ଦାରିଙ୍ଗବାଡ଼ି ସମେତ ବିଭିନ୍ନ ସ୍ଥାନରୁ ଆସିଥିବା ଶ୍ରଦ୍ଧାଳୁ, ଦର୍ଶକ ଅସନ୍ତୋଷ ବ୍ୟକ୍ତ କରିବା ସହ ଏଭଳି ବିଳମ୍ବ ଓ ଭଙ୍ଗା ରଥରେ ଜଗନ୍ନାଥଙ୍କୁ ରଥରେ ନେବା ନିନ୍ଦନୀୟ ଘଟଣା। ଏଥିପ୍ରତି ପରିଚାଳନା କମିଟି ଯତ୍ନବାନ ହେବା ଆବଶ୍ୟକ ବୋଲି ତିଆଡ଼ି ନାୟକ କହିଛନ୍ତି।

ଏଭଳି ଅବ୍ୟବସ୍ଥା ସମ୍ପର୍କରେ କମିଟିର ସଭାପତି ପ୍ରଦୀପ କୁମାର ସାହୁଙ୍କୁ ପଚାରି ବୁଝିବାରୁ ସେ ଘଟଣାଟିକୁ ଅତି ହାଲୁକା ଭାବେ ନେବା ସହ ସେହିଦିନ କୌଣସି ଅସୁବିଧା ହୋଇ ନ ଥିବା କହିଛନ୍ତି। ତେବେ ସେହିଦିନ ଡିଏସ୍‌ପି କନକ ମାଝୀ ଏହି ଅବ୍ୟବସ୍ଥାକୁ ଦେଖି ଶୀଘ୍ର ରଥ ମରାମତି କରିବାକୁ ଏବଂ ଶୃଙ୍ଖଳିତ ଭାବେ ବାହୁଡ଼ା ଯାତ୍ରା ସମୟ ମଧ୍ୟରେ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଡିଓ ପ୍ରୀତିରଞ୍ଜନ ରଥ ମଧ୍ୟ ଘଟଣାକୁ ଅତି ଗୁରୁତର ସହ ନେବା ସହ କମିଟିକୁ ତାଗିଦ କରିଥିବା ଜଣାପଡ଼ିଛି। ଖବର ଲେଖାହେବା ପର୍ଯ୍ୟନ୍ତ ରଥ ଚକ ଭାଙ୍ଗି ଯାଇଥିଲେ ସୁଦ୍ଧା କମିଟି ଟାଳଟୁଳ ନୀତି ଅବଲମ୍ବନ କରି ମରାମତି କରିବାରେ ବିଳମ୍ବ କରୁଥିବାରୁ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri