ଶ୍ରୀଗୁଣ୍ଡିଚାରୁ ଭାଙ୍ଗିଲାଣି ରଥ ଚକ, ଏଯାଏ ହୋଇନି ମରାମତି, ଅବହେଳାକୁ ନେଇ…

ଦାରିଙ୍ଗବାଡ଼ି,୩୦ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଚଳିତ ଶ୍ରୀଗୁଣ୍ଡିଚା ଦିନ ନୀତିକାନ୍ତିରେ ବିଳମ୍ବ,ସନ୍ଧ୍ୟା ୬ଟା ପରେ ରଥଟଣା ଏବଂ ବାଟରେ ରଥ ଚକ ଭାଙ୍ଗିଯିବା ପରେ ବିପଦ ସଂକୁଳ ଅବସ୍ଥାରେ ରଥକୁ ଟଣାଯିବା ଘଟଣାକୁ ନେଇ ଅଞ୍ଚଳରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଏବେ ତୀବ୍ର ଅସନ୍ତୋଷ ଦେଖାଯାଇଛି। ସେହିଦିନ ବିଭ୍ରାଟ ଓ ରଥଯାତ୍ରା ପରିଚାଳନା କମିଟିର ଅବହେଳା ଏବଂ ଜଗନ୍ନାଥ ସଂସ୍କୃତିକୁ ଦଳିଚକଟି ଆଧୁନିକ ବାଦ୍ୟଯନ୍ତ୍ର ସହ ଆଧୁନିକ ନୃତ୍ୟ ଭଳି ଦୃଶ୍ୟକୁ ଦେଖି ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ଦାରିଙ୍ଗବାଡ଼ି ସମେତ ବିଭିନ୍ନ ସ୍ଥାନରୁ ଆସିଥିବା ଶ୍ରଦ୍ଧାଳୁ, ଦର୍ଶକ ଅସନ୍ତୋଷ ବ୍ୟକ୍ତ କରିବା ସହ ଏଭଳି ବିଳମ୍ବ ଓ ଭଙ୍ଗା ରଥରେ ଜଗନ୍ନାଥଙ୍କୁ ରଥରେ ନେବା ନିନ୍ଦନୀୟ ଘଟଣା। ଏଥିପ୍ରତି ପରିଚାଳନା କମିଟି ଯତ୍ନବାନ ହେବା ଆବଶ୍ୟକ ବୋଲି ତିଆଡ଼ି ନାୟକ କହିଛନ୍ତି।

ଏଭଳି ଅବ୍ୟବସ୍ଥା ସମ୍ପର୍କରେ କମିଟିର ସଭାପତି ପ୍ରଦୀପ କୁମାର ସାହୁଙ୍କୁ ପଚାରି ବୁଝିବାରୁ ସେ ଘଟଣାଟିକୁ ଅତି ହାଲୁକା ଭାବେ ନେବା ସହ ସେହିଦିନ କୌଣସି ଅସୁବିଧା ହୋଇ ନ ଥିବା କହିଛନ୍ତି। ତେବେ ସେହିଦିନ ଡିଏସ୍‌ପି କନକ ମାଝୀ ଏହି ଅବ୍ୟବସ୍ଥାକୁ ଦେଖି ଶୀଘ୍ର ରଥ ମରାମତି କରିବାକୁ ଏବଂ ଶୃଙ୍ଖଳିତ ଭାବେ ବାହୁଡ଼ା ଯାତ୍ରା ସମୟ ମଧ୍ୟରେ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଡିଓ ପ୍ରୀତିରଞ୍ଜନ ରଥ ମଧ୍ୟ ଘଟଣାକୁ ଅତି ଗୁରୁତର ସହ ନେବା ସହ କମିଟିକୁ ତାଗିଦ କରିଥିବା ଜଣାପଡ଼ିଛି। ଖବର ଲେଖାହେବା ପର୍ଯ୍ୟନ୍ତ ରଥ ଚକ ଭାଙ୍ଗି ଯାଇଥିଲେ ସୁଦ୍ଧା କମିଟି ଟାଳଟୁଳ ନୀତି ଅବଲମ୍ବନ କରି ମରାମତି କରିବାରେ ବିଳମ୍ବ କରୁଥିବାରୁ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭେନ୍ଦୁ ସରକାରଙ୍କ ବୁଲଡୋଜର ଆକ୍ସନ, ହାଓଡା ରେଲଓ୍ବେ ଷ୍ଟେଶନ ବାହାରୁ ହଟାଇଲେ…

କୋଲକାତା,୧୭।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ, ଶୁଭେନ୍ଦୁ ଅଧିକାରୀ ‘ଆକ୍ସନ ମୋଡ’ ରେ ଥିବା ଦେଖାଯାଉଛି। ସମଗ୍ର ବଙ୍ଗଳାରେ ଅରାଜକତା ବିରୁଦ୍ଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନ, କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କଙ୍ଗୋ-ଉଗାଣ୍ଡାରେ ଇବୋଲା ଭାଇରସ ପ୍ରକୋପ; WHO ଘୋଷଣା କଲା ହେଲଥ ଏମରଜେନ୍ସି

କାମ୍ପାଲା,୧୬।୫: ଦୁଇଟି ଆଫ୍ରିକୀୟ ରାଷ୍ଟ୍ରରେ ଇବୋଲା ଭାଇରସର ପ୍ରକୋପ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଏହାକୁ ଏକ…

କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼…

ହର୍ମୁଜ ସଙ୍କଟ ମଧ୍ୟରେ, ଭାରତ ପାଇଁ ଆସିଲା ଦୁଇଟି ଖରାପ ଖବର, ଯାହା ଗଭୀର ଚିନ୍ତାର କାରଣ

ନୂଆଦିଲ୍ଲୀ,୧୭।୫: ସମଗ୍ର ବିଶ୍ୱ ହର୍ମୁଜ ଷ୍ଟ୍ରେଟ ସଙ୍କଟରୁ ସୃଷ୍ଟି ହୋଇଥିବା ତୈଳ ସଙ୍କଟ ସହିତ ସଂଘର୍ଷ କରୁଛି। ଏହା ମଧ୍ୟରେ, ଦୁଇଟି ଘଟଣା ସାମ୍ନାକୁ ଆସିଛି ଯାହା…

ବାଇକରେ ଆସି ଛେଳି ଗୁହାଳରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଅମରପାଲି, ୧୭।୦୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ସଂଗ୍ରାମପୁର ପଞ୍ଚାୟତର ଦୁର୍ଗାଦେବୀପାଲି ଗ୍ରାମରେ ଜଣେ ଚାଷୀଙ୍କ ଛେଳି ଗୁହାଳରେ ଦୁର୍ବୃତ୍ତମାନେ ନିଆଁ ଲଗାଇଦେଇଥିବା…

ରାୟଗଡ଼ା ଲିଙ୍ଗମଝୋଲା ଗାଁରେ ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଲେକେ ଦୌଡ଼ିଲେ

କଲ୍ୟାଣସିଂହପୁର, ୧୭।୫ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସଲି ପଞ୍ଚାୟତର ଲିଙ୍ଗମଝୋଲା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ରାତି ଅଧରେ ଏକ ୧୦ଟିକିଆ…

ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର

ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri