ମାଛଧରା ବନ୍ଦର ନିର୍ମାଣ ନେଇ ବିଧାନସଭାରେ ପ୍ରଶ୍ନ କଲେ ଛତ୍ରପୁର ବିଧାୟକ

ଛତ୍ରପୁର,୨ା୧୨(ଡି.ଏନ୍‌.ଏ.): ପ୍ରସ୍ତାବିତ ମାଛଧରା ବନ୍ଦର ଓ ଛତ୍ରପୁର କଲେଜରେ ବିଭିନ୍ନ ପଦବୀ ପୂରଣ ସମ୍ପର୍କରେ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରା ବିଧାନସଭାରେ ପ୍ରଶ୍ନ କରିଛନ୍ତି ।

ସୂଚନାନୁସାରେ, ଛତ୍ରପୁର ନିର୍ବାଚନମଣ୍ଡଳୀର ଆର୍ଯ୍ୟପଲ୍ଲୀଠାରେ ପ୍ରସ୍ତାବିତ ମାଛଧରା ବନ୍ଦର ନିର୍ମାଣ ନିମନ୍ତେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ପର୍କରେ ବିଧାୟକ ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଡ.ଅରୁଣ କୁମାର ସାହୁ କହିଛନ୍ତି ଯେ, ଏହାର ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ମତ୍ସ୍ୟ, ପଶୁପାଳନ ଓ ଡାଏରୀ ମନ୍ତ୍ରଣାଳୟ ଅଧିନସ୍ଥ କେନ୍ଦ୍ରୀୟ ତଟବର୍ତ୍ତୀ ମତ୍ସ୍ୟ ଇଂଜିନିୟରିଂ ସଂସ୍ଥା ଦ୍ୱାରା ଏକ ପ୍ରାଯୁୁକ୍ତିକ ଆର୍ଥିକ ବ୍ୟବହାର୍ଯ୍ୟତା ବିବରଣୀ ପ୍ରସ୍ତୁତ କରାଯାଉଛି । ଏହି ଟିଇଏଫ୍‌ଆର୍‌ ବିବରଣୀ ମିଳିବା ପରେ ଆର୍ଯ୍ୟପଲ୍ଲୀ ଠାରେ ପୋତାଶ୍ରୟ ନିର୍ମାଣ ବିଚାର କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ଉଭୟ ଅଧ୍ୟାପକ ଓ ବିଭିନ୍ନ ନନ୍‌ ଟିଚିଂ ଷ୍ଟାଫ୍‌ ପଦବୀ ଖାଲି ପଡ଼ିଥିବାରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଉକ୍ତ ପଦବୀଗୁଡିକ ପୂରଣ କରିବା ନେଇ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ପର୍କରେ ବିଧାୟକ ବେହେରା ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଥିଲେ, ବର୍ତ୍ତମାନ ରାଜ୍ୟ ସରକାର ମହାବିଦ୍ୟାଳୟଗୁଡ଼ିକ ପାଇଁ ଲୋକସେବା ଆୟୋଗ ମାଧ୍ୟମରେ ପ୍ରାର୍ଥୀ ଚୟନ ପ୍ରକ୍ରିୟା ଜାରି ରହିଛି। ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ହେଲେ ଆବଶ୍ୟକ ଅନୁଯାୟୀ ଶିକ୍ଷକ ପଦବୀ ପୂରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri