ମାଛଧରା ବନ୍ଦର ନିର୍ମାଣ ନେଇ ବିଧାନସଭାରେ ପ୍ରଶ୍ନ କଲେ ଛତ୍ରପୁର ବିଧାୟକ

ଛତ୍ରପୁର,୨ା୧୨(ଡି.ଏନ୍‌.ଏ.): ପ୍ରସ୍ତାବିତ ମାଛଧରା ବନ୍ଦର ଓ ଛତ୍ରପୁର କଲେଜରେ ବିଭିନ୍ନ ପଦବୀ ପୂରଣ ସମ୍ପର୍କରେ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରା ବିଧାନସଭାରେ ପ୍ରଶ୍ନ କରିଛନ୍ତି ।

ସୂଚନାନୁସାରେ, ଛତ୍ରପୁର ନିର୍ବାଚନମଣ୍ଡଳୀର ଆର୍ଯ୍ୟପଲ୍ଲୀଠାରେ ପ୍ରସ୍ତାବିତ ମାଛଧରା ବନ୍ଦର ନିର୍ମାଣ ନିମନ୍ତେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ପର୍କରେ ବିଧାୟକ ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଡ.ଅରୁଣ କୁମାର ସାହୁ କହିଛନ୍ତି ଯେ, ଏହାର ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ମତ୍ସ୍ୟ, ପଶୁପାଳନ ଓ ଡାଏରୀ ମନ୍ତ୍ରଣାଳୟ ଅଧିନସ୍ଥ କେନ୍ଦ୍ରୀୟ ତଟବର୍ତ୍ତୀ ମତ୍ସ୍ୟ ଇଂଜିନିୟରିଂ ସଂସ୍ଥା ଦ୍ୱାରା ଏକ ପ୍ରାଯୁୁକ୍ତିକ ଆର୍ଥିକ ବ୍ୟବହାର୍ଯ୍ୟତା ବିବରଣୀ ପ୍ରସ୍ତୁତ କରାଯାଉଛି । ଏହି ଟିଇଏଫ୍‌ଆର୍‌ ବିବରଣୀ ମିଳିବା ପରେ ଆର୍ଯ୍ୟପଲ୍ଲୀ ଠାରେ ପୋତାଶ୍ରୟ ନିର୍ମାଣ ବିଚାର କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ଉଭୟ ଅଧ୍ୟାପକ ଓ ବିଭିନ୍ନ ନନ୍‌ ଟିଚିଂ ଷ୍ଟାଫ୍‌ ପଦବୀ ଖାଲି ପଡ଼ିଥିବାରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଉକ୍ତ ପଦବୀଗୁଡିକ ପୂରଣ କରିବା ନେଇ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ପର୍କରେ ବିଧାୟକ ବେହେରା ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଥିଲେ, ବର୍ତ୍ତମାନ ରାଜ୍ୟ ସରକାର ମହାବିଦ୍ୟାଳୟଗୁଡ଼ିକ ପାଇଁ ଲୋକସେବା ଆୟୋଗ ମାଧ୍ୟମରେ ପ୍ରାର୍ଥୀ ଚୟନ ପ୍ରକ୍ରିୟା ଜାରି ରହିଛି। ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ହେଲେ ଆବଶ୍ୟକ ଅନୁଯାୟୀ ଶିକ୍ଷକ ପଦବୀ ପୂରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri