ମାଲକାନଗିରି, ୨୦ା୧(ଡି.ଏନ୍.ଏ.): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ସୀମାନ୍ତବର୍ତ୍ତୀ ଛତିଶଗଡ଼ ସାବେରୀ ନଦୀରେ ଛତିଶଗଡ଼ ସରକାର କୋକରାମଠାରେ ଡ୍ୟାମ୍ ନିର୍ମାଣ କରିବାକୁ ପ୍ରସ୍ତାବ ରଖି ଏ ଦିଗରେ ଆଗଉଛନ୍ତି। ଏହାକୁ ଓଡ଼ିଶା ଆଦିବାସୀ ସଂଘ ବିରୋଧ କରିଛି। ମଙ୍ଗଳବାର କମାରପାଲିଠାରେ ଓଡ଼ିଶାର ୯ଟି ପଞ୍ଚାୟତର ଆଦିବାସୀ ମହିଳା ପୁରୁଷ ଏକାଠି ହୋଇ ଏକ ବୈଠକ କରିଛନ୍ତି। ଶୋଭାଯାତ୍ରା କରି ଡ୍ୟାମ୍ ନିର୍ମାଣ ପ୍ରସ୍ତାବକୁ ବିରୋଧ କରିଛନ୍ତି। ଏହି ଡ୍ୟାମ୍ ନିର୍ମାଣ ହେଲେ ମାଥିଲି ବ୍ଲକର ୯ ପଞ୍ଚାୟତର ୫୨ଟି ଗ୍ରାମର ଲୋକେ କ୍ଷତିଗ୍ରସ୍ତ ହେବେ ା ସେମାନଙ୍କର ଜମି, ଜଳ, ଜଙ୍ଗଲ, ଖଣିଜ ସମ୍ପଦ ନଷ୍ଟ ହେବ। ଜୀବନ ଜୀବିକା ଉପରେ ଗଭୀର ପ୍ରଭାବ ପଡିବ। ଛତିଶଗଡ଼ ସରକାର ତାଙ୍କ ରାଜ୍ୟର କୃଷି ଏବଂ ବିଦ୍ୟୁତ୍ ଶକ୍ତି ଉତ୍ପାଦନ ପାଇଁ ଏହି ଡ୍ୟାମ୍ ନିର୍ମାଣ କରିବାକୁ ଯାଉଥିବା ବେଳେ ଏହାକୁ ସରକାରୀ ସ୍ତରରେ କିପରି ଅନୁମତି ମିଳୁଛିି ବୋଲି ଗ୍ରାମବାସୀ ପ୍ରଶ୍ନ ଉଠାଇ ଛତିଶଗଡ଼ର ସ୍ବାର୍ଥ ପାଇଁ ଆମକୁ ବଳି ପକାଯାଉଛି ବୋଲି ଅଭିଯୋଗ କରିଛନ୍ତି। ତୁରନ୍ତ ଏହି ଡ୍ୟାମ୍ କାର୍ଯ୍ୟ ବନ୍ଦ କରା ନ ଗଲେ ଆନ୍ଦୋଳନ ହେବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଏହି ଶୋଭାଯାତ୍ରାରେ ଆଦିବାସୀ ମହିଳାପୁରୁଷମାନେ ସେମାନଙ୍କ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଛତିଶଗଡ଼ ସରକାରଙ୍କ ବିରୋଧରେ ନାରାବାଜି କରିବା ସହ ଓଡ଼ିଶା ସରକାର ଏଥିରେ ତୁରନ୍ତ ହସ୍ତକ୍ଷେପ କରିବାକୁ ଦାବି କରିଛନ୍ତି।
Posted inଆମ ଜିଲା ଖବର, ମାଲକାନଗିରି View All
ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା
ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍ଭି...
ଆର୍ଡିଙ୍କ ଅଚାନକ କଲେଜ ପରିଦର୍ଶନ
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...
୩ ଦିନ ହେଲା ଅଟକି ରହିଛି ଟ୍ରକ୍, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...
ସରପଞ୍ଚଙ୍କ ଘରୁ ଲୁଟ୍
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...
ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍: ଆଉ ତା’ପରେ ଘଟିଗଲା…
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...
ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର
ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...
ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…
ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...
ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ
ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...
Archives


