ମାଲକାନଗିରି, ୨୦ା୧(ଡି.ଏନ୍.ଏ.): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ସୀମାନ୍ତବର୍ତ୍ତୀ ଛତିଶଗଡ଼ ସାବେରୀ ନଦୀରେ ଛତିଶଗଡ଼ ସରକାର କୋକରାମଠାରେ ଡ୍ୟାମ୍ ନିର୍ମାଣ କରିବାକୁ ପ୍ରସ୍ତାବ ରଖି ଏ ଦିଗରେ ଆଗଉଛନ୍ତି। ଏହାକୁ ଓଡ଼ିଶା ଆଦିବାସୀ ସଂଘ ବିରୋଧ କରିଛି। ମଙ୍ଗଳବାର କମାରପାଲିଠାରେ ଓଡ଼ିଶାର ୯ଟି ପଞ୍ଚାୟତର ଆଦିବାସୀ ମହିଳା ପୁରୁଷ ଏକାଠି ହୋଇ ଏକ ବୈଠକ କରିଛନ୍ତି। ଶୋଭାଯାତ୍ରା କରି ଡ୍ୟାମ୍ ନିର୍ମାଣ ପ୍ରସ୍ତାବକୁ ବିରୋଧ କରିଛନ୍ତି। ଏହି ଡ୍ୟାମ୍ ନିର୍ମାଣ ହେଲେ ମାଥିଲି ବ୍ଲକର ୯ ପଞ୍ଚାୟତର ୫୨ଟି ଗ୍ରାମର ଲୋକେ କ୍ଷତିଗ୍ରସ୍ତ ହେବେ ା ସେମାନଙ୍କର ଜମି, ଜଳ, ଜଙ୍ଗଲ, ଖଣିଜ ସମ୍ପଦ ନଷ୍ଟ ହେବ। ଜୀବନ ଜୀବିକା ଉପରେ ଗଭୀର ପ୍ରଭାବ ପଡିବ। ଛତିଶଗଡ଼ ସରକାର ତାଙ୍କ ରାଜ୍ୟର କୃଷି ଏବଂ ବିଦ୍ୟୁତ୍ ଶକ୍ତି ଉତ୍ପାଦନ ପାଇଁ ଏହି ଡ୍ୟାମ୍ ନିର୍ମାଣ କରିବାକୁ ଯାଉଥିବା ବେଳେ ଏହାକୁ ସରକାରୀ ସ୍ତରରେ କିପରି ଅନୁମତି ମିଳୁଛିି ବୋଲି ଗ୍ରାମବାସୀ ପ୍ରଶ୍ନ ଉଠାଇ ଛତିଶଗଡ଼ର ସ୍ବାର୍ଥ ପାଇଁ ଆମକୁ ବଳି ପକାଯାଉଛି ବୋଲି ଅଭିଯୋଗ କରିଛନ୍ତି। ତୁରନ୍ତ ଏହି ଡ୍ୟାମ୍ କାର୍ଯ୍ୟ ବନ୍ଦ କରା ନ ଗଲେ ଆନ୍ଦୋଳନ ହେବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଏହି ଶୋଭାଯାତ୍ରାରେ ଆଦିବାସୀ ମହିଳାପୁରୁଷମାନେ ସେମାନଙ୍କ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଛତିଶଗଡ଼ ସରକାରଙ୍କ ବିରୋଧରେ ନାରାବାଜି କରିବା ସହ ଓଡ଼ିଶା ସରକାର ଏଥିରେ ତୁରନ୍ତ ହସ୍ତକ୍ଷେପ କରିବାକୁ ଦାବି କରିଛନ୍ତି।
Posted inଆମ ଜିଲା ଖବର, ମାଲକାନଗିରି View All
କଫ୍ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
ରାସ୍ତା ପାର୍ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍ର…
ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…
ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…
ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…
ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…
ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…
‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…
ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ
ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…
ଠିକାଦାରଙ୍କ ବିଲ୍ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍ ଏଇ: ଅଫିସ୍ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ
କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍ ଡିଭିଜନ୍ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…
ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍
ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…
Archives

