ଓଡ଼ିଶାକୁ ଲାଗିଥିବା ଛତିଶଗଡ଼, ଝାଡ଼ଖଣ୍ଡ ସୀମା ସିଲ୍‌

ସୁନ୍ଦରଗଡ଼, ୧୨।୪ : ରାଜ୍ୟର ସୁନ୍ଦରଗଡ଼ ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ନେଇ ସରକାରଙ୍କ ଚିନ୍ତା ବଢିଛି। ଛତିଶଗଡ଼ ଓ ଝାଡ଼ଖଣ୍ଡକୁ ଲାଗିଥିବା ଏହି ଜିଲାରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସୋମବାର ସୀମା ସିଲ୍‌ କରାଯାଇଛି। ଛତିଶଗଡ଼ ସୀମାବର୍ତ୍ତୀ ସୁନ୍ଦରଗଡ଼ର ବାଲିଶଙ୍କରା, ସବ୍‌ଡେଗା, ହେମଗିର ବ୍ଲକ ଏବଂ ଝାଡ଼ଖଣ୍ଡ ସୀମାବର୍ତ୍ତୀ ସବ୍‌ଡେଗା, ବଡ଼ଗାଁ, କୁତ୍ରା, କୁଆଁରମୁଣ୍ଡା ଓ ନୂଆଗାଁ ବ୍ଲକର ସୀମାବର୍ତ୍ତୀ ଅଞ୍ଚଳ ଉପରେ କଡ଼ା ନଜର ରଖାଯାଇଛି। ସୁନ୍ଦରଗଡ଼ରୁ ଛତିଶଗଡ଼କୁ ଚଳାଚଳ କରୁଥିବା ବସକୁ ବନ୍ଦ କରାଯାଇଥିବା ବେଳେ ସୋମବାର ଛତିଶଗଡ଼ ଓ ଝାଡଖଣ୍ଡ ସୀମାକୁ ପୋଲିସ ସିଲ୍‌ କରିଛି। ଉଭୟ ରାଜ୍ୟରୁ ଯିବା ଆସିବା କରୁଥିବା ବ୍ୟକ୍ତିମାନଙ୍କୁ ଯାଞ୍ଚ କରାଯାଉଛି। ଛତିଶଗଡ଼ ସୀମାବର୍ତ୍ତୀ ହେମଗିର ବ୍ଲକର ଟପରିଆ, ବାଲିଶଙ୍କରା ବ୍ଲକର ତେଲିଯୋର, ଉଲୁଟୁଡିହି ଓ ଝାଡ଼ଖଣ୍ଡ ସୀମାବର୍ତ୍ତୀ କୁଆଁରମୁଣ୍ଡା ବ୍ଲକର ବୀରମିତ୍ରପୁରଠାରେ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ତନଖି ଫାଟକ ଖୋଲାଯାଇଛି। ସେଠାରେ ପୋଲିସ, ପରିବହନ ବିଭାଗ ଓ ମେଡିକାଲ ଟିମ୍‌ ମୁତୟନ କରାଯାଇଛି ବୋଲି ସୁନ୍ଦରଗଡ଼ ଏସ୍‌ପି ସାଗରିକା ନାଥ ସୂଚନା ଦେଇଛନ୍ତି। ଉଭୟ ରାଜ୍ୟରୁ ସୁନ୍ଦରଗଡ଼ ଜିଲା ମଧ୍ୟକୁ ଆସୁଥିବା ଯାନବାହାନଗୁଡିକ ଯାଞ୍ଚ କରିବା ସହ ଆର୍‌ଟିପିସିଆର ଟେଷ୍ଟ ନେଗେଟିଭ ସାର୍ଟିଫିକେଟକୁ ଯାଞ୍ଚ କରାଯାଉଛି। ଯାହାର ଓଡ଼ିଶାରେ ଘରଥିବ ସେହି ବ୍ୟକ୍ତିମାନଙ୍କୁ ସେଠାରେ ମୁତୟନ ଥିବା ମେଡିକାଲ ଟିମ୍‌ ଦ୍ୱାରା ନମୁନା ସଂଗ୍ରହ କରାଯାଇ ୭୨ଘଣ୍ଟା ମଧ୍ୟରେ ରିପୋର୍ଟ ନେବାକୁ କୁହାଯାଉଛି। ଏସ୍‌ପି ସାଗରିକା ନାଥ, ସଦର ଉପଜିଲାପାଳ ଅଭିମନ୍ୟୁ ବେହେରା ଓ ପରିବହନ ବିଭାଗ ଅଧିକାରୀମାନେ ଛତିଶଗଡ଼ ସୀମା ତେଲିଯୋର ଠାରେ ପହଞ୍ଚି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ। ୮ତାରିଖରେ ଜିଲାରେ ୧୪୭ ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ତପତ୍ରତା ପ୍ରକାଶ କରି ବାଲିଶଙ୍କରା ବ୍ଲକର ବନ୍‌ଡେଗା ପଞ୍ଚାୟତର ୪ଟି ଗ୍ରାମକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛି। ସେହିପରି ୯ ତାରିଖରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇ ୨୨୪ ହୋଇଥିବା ବେଳେ ୧୦ରେ ୩୫୫ ଓ ୧୧ ତାରିଖରେ ୨୬୮ ରହିଛି। ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ଡ୍ରାଇଭ ଜରିଆରେ ମାସ୍କ ଚେକିଂକୁ କଡାକଡ଼ି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?