ପ୍ରତିଶ୍ରୁତିରେ ଅଟକିଛି ସିଏଚ୍‌ସି ମାନ୍ୟତା

ବେଗୁନିଆ,୫।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ସଦର ମହକୁମାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର (ନୂତନ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ଦେବା ପାଇଁ ଦାବି ହେଉଛି। ଦୀର୍ଘବର୍ଷ ଧରି ଏହି ଦାବି ହେଉଥିଲେ ମଧ୍ୟ ବିଭାଗ ପକ୍ଷରୁ ଅବହେଳା କରାଯାଉଛି। କେବଳ ପ୍ରତିଶ୍ରୁତିରେ ହିଁ ରହିଯାଇଛି। ଫଳରେ ରୋଗୀ ଉପଯୁକ୍ତ ସ୍ବାସ୍ଥ୍ୟ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି।
ବ୍ଲକରେ ୧୦ଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର(ପିଏଚସି) ଓ ଗୋଟିଏ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚସି) ରହିଛି। ଏଠାରେ ବର୍ଷ ବର୍ଷ ଧରି ଡାକ୍ତର ଓ କର୍ମଚାରୀଙ୍କ ଅଭାବ ଲାଗି ରହିଛି। ଅନ୍ୟପଟେ ଭିତ୍ତିଭୂମିର ଅଭାବ ଯୋଗୁ ସ୍ବାସ୍ଥ୍ୟସେବା ବ୍ୟାହତ ହେଉଛି। କେଉଁଠି ଡାକ୍ତର ନିୟମିତ ଆସୁନାହାନ୍ତି ତ ଆଉ କେଉଁଠି ଅପରାହ୍ନରେ ଡାକ୍ତରଙ୍କ ଦେଖା ମିଳୁନାହିଁ। ବେଗୁନିଆ ସଦର ମହକୁମାରେ ବ୍ଲକ, ତହସିଲ ସମେତ ବହୁ ସରକାରୀ କାର୍ଯ୍ୟାଳୟ, ଥାନା, ରେଳ ଷ୍ଟେଶନ, ସାପ୍ତାହିକ ହାଟ, ବଜାର ରହିଛି। ଏହି ବ୍ଲକର ୨୧ପଞ୍ଚାୟତ ଏବଂ ବୋଲଗଡ଼ ବ୍ଲକର ୭ ପଞ୍ଚାୟତର ଲୋକେ ଏଠାକୁ ବିଭିନ୍ନ କାର୍ଯ୍ୟରେ ଆସିଥାନ୍ତି। ତେବେ ଏଠାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର(ନୂତନ)ର ଭିତ୍ତିଭୂମି ଅଭାବ ଯୋଗୁ ଠିକ୍‌ ଭାବେ ସ୍ବାସ୍ଥ୍ୟସେବା ମିଳୁନାହିଁ। ଆଡମିଶନ ହୋଇଥିବା ରୋଗୀଙ୍କୁ ମାଗଣା ରନ୍ଧା ଖାଦ୍ୟ ଯୋଗାଇ ଦେବା ପାଇଁ ନିୟମ ରହିଥିଲେ ମଧ୍ୟ ଶୁଖିଲା ଖାଦ୍ୟ ଦିଆଯାଉଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ହେଉଛି। ସେହିପରି ପ୍ରସବ ପାଇଁ ଆସୁଥିବା ରୋଗୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଉଛି। ଏହି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର(ନୂତନ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ଦେବା ପାଇଁ ଦାବି ଜୋର ଧରିଛିି। ଏନେଇ ସ୍ଥାନୀୟ ବୁଦ୍ଧିଜୀବୀ, ଆଇନଜୀବୀ, ବଣିକସଂଘ ଓ ଜନକଲ୍ୟାଣ ପ୍ରତିଷ୍ଠାନ ପକ୍ଷରୁ ସ୍ଥାନୀୟ ବିଧାୟକ, ଜିଲା ସ୍ବାସ୍ଥ୍ୟ ଅଧିକାରୀ, ସ୍ବାସ୍ଥ୍ୟ ମନ୍ତ୍ରୀ ଓ ସଚିବଙ୍କ ନିକଟରେ ଦାବି ହୋଇଆସୁଛି। ୨୦୧୫ ମେ’ ୧୦ରେ ବିଧାନସଭା ଗୃହ କମିଟି ଏହି ବ୍ଲକର ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ସ୍ଥିତିକୁ ହୃଦୟଙ୍ଗମ କରିବା ପରେ ଏହି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଖୁବ୍‌ଶୀଘ୍ର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ମିଳିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ତେବେ ଏହି ପ୍ରତିଶ୍ରୁତିକୁ ୬ବର୍ଷ ବିତିଯାଇଥିଲେ ମଧ୍ୟ ପଦକ୍ଷେପ ନିଆଯାଉ ନାହିଁ। ଏହି ଅଞ୍ଚଳର ବହୁ ବୁଦ୍ଧିଜୀବୀ ଓ ଆଇନଜୀବୀମାନେ ପୁଣି ସ୍ଥାନୀୟ ବିଧାୟକଙ୍କ ନିକଟରେ ଦାବି କରିଥିଲେ। ସ୍ବାସ୍ଥ୍ୟ ସଚିବଙ୍କ ନିକଟରେ ଫାଇଲ ଅଟକିଥିବା ବେଳେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପାଇଁ ପ୍ରକ୍ରିୟା ଜାରି ରହିଛି ବୋଲି ସେ କହିଥିଲେ। ଅନ୍ୟପକ୍ଷେ ଏ ସମ୍ପର୍କରେ ଜିଲା ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ ବିଶ୍ୱ ରଞ୍ଜନ ପତି କହିଛନ୍ତି, ଏହି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପାଇଁ ବିଭାଗୀୟ ନିର୍ଦ୍ଦେଶକଙ୍କ ନିକଟକୁ ଫାଇଲ ପଠାଯାଇଛି। ଅନୁମତି ମିଳିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri