ପ୍ରତିଶ୍ରୁତିରେ ଅଟକିଛି ସିଏଚ୍‌ସି ମାନ୍ୟତା

ବେଗୁନିଆ,୫।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ସଦର ମହକୁମାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର (ନୂତନ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ଦେବା ପାଇଁ ଦାବି ହେଉଛି। ଦୀର୍ଘବର୍ଷ ଧରି ଏହି ଦାବି ହେଉଥିଲେ ମଧ୍ୟ ବିଭାଗ ପକ୍ଷରୁ ଅବହେଳା କରାଯାଉଛି। କେବଳ ପ୍ରତିଶ୍ରୁତିରେ ହିଁ ରହିଯାଇଛି। ଫଳରେ ରୋଗୀ ଉପଯୁକ୍ତ ସ୍ବାସ୍ଥ୍ୟ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି।
ବ୍ଲକରେ ୧୦ଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର(ପିଏଚସି) ଓ ଗୋଟିଏ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚସି) ରହିଛି। ଏଠାରେ ବର୍ଷ ବର୍ଷ ଧରି ଡାକ୍ତର ଓ କର୍ମଚାରୀଙ୍କ ଅଭାବ ଲାଗି ରହିଛି। ଅନ୍ୟପଟେ ଭିତ୍ତିଭୂମିର ଅଭାବ ଯୋଗୁ ସ୍ବାସ୍ଥ୍ୟସେବା ବ୍ୟାହତ ହେଉଛି। କେଉଁଠି ଡାକ୍ତର ନିୟମିତ ଆସୁନାହାନ୍ତି ତ ଆଉ କେଉଁଠି ଅପରାହ୍ନରେ ଡାକ୍ତରଙ୍କ ଦେଖା ମିଳୁନାହିଁ। ବେଗୁନିଆ ସଦର ମହକୁମାରେ ବ୍ଲକ, ତହସିଲ ସମେତ ବହୁ ସରକାରୀ କାର୍ଯ୍ୟାଳୟ, ଥାନା, ରେଳ ଷ୍ଟେଶନ, ସାପ୍ତାହିକ ହାଟ, ବଜାର ରହିଛି। ଏହି ବ୍ଲକର ୨୧ପଞ୍ଚାୟତ ଏବଂ ବୋଲଗଡ଼ ବ୍ଲକର ୭ ପଞ୍ଚାୟତର ଲୋକେ ଏଠାକୁ ବିଭିନ୍ନ କାର୍ଯ୍ୟରେ ଆସିଥାନ୍ତି। ତେବେ ଏଠାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର(ନୂତନ)ର ଭିତ୍ତିଭୂମି ଅଭାବ ଯୋଗୁ ଠିକ୍‌ ଭାବେ ସ୍ବାସ୍ଥ୍ୟସେବା ମିଳୁନାହିଁ। ଆଡମିଶନ ହୋଇଥିବା ରୋଗୀଙ୍କୁ ମାଗଣା ରନ୍ଧା ଖାଦ୍ୟ ଯୋଗାଇ ଦେବା ପାଇଁ ନିୟମ ରହିଥିଲେ ମଧ୍ୟ ଶୁଖିଲା ଖାଦ୍ୟ ଦିଆଯାଉଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ହେଉଛି। ସେହିପରି ପ୍ରସବ ପାଇଁ ଆସୁଥିବା ରୋଗୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଉଛି। ଏହି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର(ନୂତନ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ଦେବା ପାଇଁ ଦାବି ଜୋର ଧରିଛିି। ଏନେଇ ସ୍ଥାନୀୟ ବୁଦ୍ଧିଜୀବୀ, ଆଇନଜୀବୀ, ବଣିକସଂଘ ଓ ଜନକଲ୍ୟାଣ ପ୍ରତିଷ୍ଠାନ ପକ୍ଷରୁ ସ୍ଥାନୀୟ ବିଧାୟକ, ଜିଲା ସ୍ବାସ୍ଥ୍ୟ ଅଧିକାରୀ, ସ୍ବାସ୍ଥ୍ୟ ମନ୍ତ୍ରୀ ଓ ସଚିବଙ୍କ ନିକଟରେ ଦାବି ହୋଇଆସୁଛି। ୨୦୧୫ ମେ’ ୧୦ରେ ବିଧାନସଭା ଗୃହ କମିଟି ଏହି ବ୍ଲକର ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ସ୍ଥିତିକୁ ହୃଦୟଙ୍ଗମ କରିବା ପରେ ଏହି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଖୁବ୍‌ଶୀଘ୍ର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ମିଳିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ତେବେ ଏହି ପ୍ରତିଶ୍ରୁତିକୁ ୬ବର୍ଷ ବିତିଯାଇଥିଲେ ମଧ୍ୟ ପଦକ୍ଷେପ ନିଆଯାଉ ନାହିଁ। ଏହି ଅଞ୍ଚଳର ବହୁ ବୁଦ୍ଧିଜୀବୀ ଓ ଆଇନଜୀବୀମାନେ ପୁଣି ସ୍ଥାନୀୟ ବିଧାୟକଙ୍କ ନିକଟରେ ଦାବି କରିଥିଲେ। ସ୍ବାସ୍ଥ୍ୟ ସଚିବଙ୍କ ନିକଟରେ ଫାଇଲ ଅଟକିଥିବା ବେଳେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପାଇଁ ପ୍ରକ୍ରିୟା ଜାରି ରହିଛି ବୋଲି ସେ କହିଥିଲେ। ଅନ୍ୟପକ୍ଷେ ଏ ସମ୍ପର୍କରେ ଜିଲା ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ ବିଶ୍ୱ ରଞ୍ଜନ ପତି କହିଛନ୍ତି, ଏହି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପାଇଁ ବିଭାଗୀୟ ନିର୍ଦ୍ଦେଶକଙ୍କ ନିକଟକୁ ଫାଇଲ ପଠାଯାଇଛି। ଅନୁମତି ମିଳିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?