ବିଭିନ୍ନ ବିଭାଗର ସଚିବଙ୍କ ସହିତ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧।୭: ନୂତନ ଭାବେ ଯୋଗଦେଇଥିବା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୋମବାର ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଆଲୋଚନା କରିଛନ୍ତି। ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ବାଗତ ଅଭିଭାଷଣ ପ୍ରଦାନ କରି ନୂତନ ମୁଖ୍ୟ ଶାସନ ସଚିବଙ୍କ ଦୀର୍ଘ ପ୍ରଶାସନିକ ଅଭିଜ୍ଞତା ସଂପର୍କରେ ଆଲୋକପାତ କରିଥିଲେ ।
ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଥିଲେ, ଓଡ଼ିଶା ପ୍ରଶାସନିକ ବ୍ୟବସ୍ଥାର ସୁନାମ ରହିଛି । ନବ ଗଠିତ ସରକାରଙ୍କ ନିର୍ବାଚନ ଇସ୍ତାହାରକୁ ଆଖି ଆଗରେ ରଖି ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମଗୁଡିକର କାର୍ଯ୍ୟକାରିତା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ସମସ୍ତ ଯୋଜନାର କାର୍ଯ୍ୟକାରିତା ପାଇଁ ଯେପରି ଫଳପ୍ରଦ ପ୍ରୟାସ ରହିବ, ସେ ସଂପର୍କରେ ସେ ବହୁ ଗଠନମୂଳକ ପରାମର୍ଶ ଦେଇଥିଲେ ।
ବୈଠକରେ ଆଗାମୀ ବଜେଟ ଉପସ୍ଥାପନ, ପୁରୀ ରଥଯାତ୍ରାର ସୁପରିଚାଳନା, ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ଉପଲକ୍ଷେ ଆନୁଷଙ୍ଗିକ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥିଲା। ବିଭିନ୍ନ ବିଭାଗର କାର୍ଯ୍ୟରେ ଯୋଜନା ଓ କାର୍ଯ୍ୟକ୍ରମର କାର୍ଯ୍ୟକାରିତାରେ ଛୋଟ ଛୋଟ ସମସ୍ୟା ରହୁଥିଲେ କାର୍ଯ୍ୟକୁ ବିଳମ୍ବିତ ନ କରି ଶୀଘ୍ର ଶେଷ କରାଯିବା, କାର୍ଯ୍ୟରେ ସୃଜନଶୀଳତା, ସ୍ବଚ୍ଛତା ଓ ସୁପ୍ରଶାସନ ଦିଗରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି।
ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା କରିଥିଲେ। ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ପାଇଁ ନୂତନ ମୁଖ୍ୟ ଶାସନ ସଚିବ ସମସ୍ତ ସଚିବ ମାନଙ୍କର ସହଯୋଗ କାମନା କରିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri