ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହେଲେ ବୀର ବିକ୍ରମ ଯାଦବ

ପୁରୀ ଅଫିସ,୩।୪: ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ବରିଷ୍ଠ ଆଇଏଏସ୍‌ ଅଫିସର ବୀର ବିକ୍ରମ ଯାଦବଙ୍କୁ ନିଯୁକ୍ତି ମିଳିଛି। ତାଙ୍କ ନିଯୁକ୍ତି ସମ୍ପର୍କରେ ଶନିବାର ରାତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ପ୍ରେସ୍‌ ବିବୃତିରେ ସୂଚନା ଦିଆଯାଇଛି । ୧୯୯୬ ବ୍ୟାଚର ବରିଷ୍ଠ ଆଇଏଏସ୍‌ ଅଫିସର ଯାଦବ ବର୍ତ୍ତମାନ ରାଜ୍ୟ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱରେ ଅଛନ୍ତି। ଏହି ଦାୟିତ୍ୱ ସହ ସେ ଏବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ବୋଲି ସୂଚନା ଦିଆଯାଇଛି। ତେବେ ମୁଖ୍ୟ ପ୍ରଶାସକ ନିଯୁକ୍ତି ବିଷୟରେ କୌଣସି ଚିଠି ଆସି ନ ଥିବା ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ସୂଚନା କୁହାଯାଇଛି। ସୂଚନାଥାଉକି, ବରିଷ୍ଠ ଆଇଏଏସ୍‌ ଅଫିସର ଡ. କ୍ରିଷନ କୁମାର କେନ୍ଦ୍ରୀୟ ଡେପୁଟେଶନରେ ଯିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦବୀ ଖାଲିପଡ଼ିଥିଲା।