ତଦନ୍ତ ରିପୋର୍ଟ ପ୍ରଦାନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ; ବଳକା କାଠରେ ବିଗ୍ରହ ନିର୍ମାଣ…

ଭୁବନେଶ୍ୱର,୫।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ ଗତ କିଛିଦିନ ଧରି ଗଣମାଧ୍ୟମରେ ପ୍ରଚାରିତ ହେଉଥିବା ପ୍ରସସଙ୍ଗରେ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ରାଜ୍ୟ ସରକାରଙ୍କୁ ଅନ୍ତରୀଣ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି ।

ଶ୍ରୀଜଗନ୍ନାଥଙ୍କର ମନ୍ଦିର ଦିଘାଠାରେ ହେବା, ମନ୍ଦିରର ନାମକୁ ଜଗନ୍ନାଥ ଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା ତଥା ବଳକା ଦାରୁ କାଠରେ ପ୍ରତିମା ନିର୍ମାଣ ହେବା ଇତ୍ୟାଦି ବାବଦରେ ଅନ୍ତରୀଣ ତଦନ୍ତ କମିଟି କରିଥିବା ରିପୋର୍ଟକୁ ଡ. ପାଢ଼ୀ ଆଜି ଲୋକସେବା ଭବନରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ପ୍ରଦାନ କରିଛନ୍ତି ।

ଏହି ରିପୋର୍ଟ ଗ୍ରହଣ ପରେ ଗଣମାଧମକୁ ସୂଚନା ଦେଇ ମନ୍ତ୍ରୀ ହରିଚନ୍ଦନ କହିଛନ୍ତି ଯେ, ଦିଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ଅନ୍ତରୀଣ ତଦନ୍ତ କରି ରିପୋର୍ଟ ପ୍ରଦାନ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖା ଯାଇଥିଲା । ଆଜି ଏହାର ରିପୋର୍ଟ ଆମର ହସ୍ତଗତ ହୋଇଛି । ମହାରଣା ସେବକ, ମନ୍ଦିର ସୁରକ୍ଷା ଦାୟିତ୍ୱରେ ଥିବା ନିଯୋଗ, ଦାଇତାପତି ନିଯୋଗ ଓ ଯେଉଁମାନେ ଦିଘା ମନ୍ଦିର ଯାଇଥିଲେ ସେମାନଙ୍କୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତିନିଦିନ ଧରି ମାରାଥନ ବୈଠକ ଅନୁଷ୍ଠିତ ହୋଇଥିଲା । ଏହା ପରେ ସମସ୍ତ ଦିଗକୁ ଅନୁଧ୍ୟାନ କରି ବିଭିନ୍ନ ପ୍ରସ୍ତାବ ଏବଂ ବିସ୍ତୃତ ରିପୋର୍ଟକୁ ରାଜ୍ୟ ସରକାରଙ୍କୁ ଦାଖଲ କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯିବା ସହ ଏହି ରିପୋର୍ଟକୁ ସଂପୂର୍ଣ୍ଣ ଅନୁଧ୍ୟାନ କରାଯାଇ ଆଗାମୀ କାର୍ଯ୍ୟପନ୍ଥା ଓ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି I

ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ହରିଚନ୍ଦନ କହିଛନ୍ତିଯେ ଯେ କୌଣସି ସ୍ଥାନରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିବାରେ କିଛି ଅସୁବିଧା ନାହିଁ ତେବେ ଅନେକ ସ୍ଥାନରେ ନୀତିକାନ୍ତି ନେଇ ତାଳମେଳ ରହୁନି I ତେଣୁ ମହାପ୍ରଭୁଙ୍କ ଦୈନିଦିନ କ’ଣ କାର୍ଯ୍ୟ ରହିବ ଏ ନେଇ ଶ୍ରୀମନ୍ଦିର ପକ୍ଷରୁ ରାଜ୍ୟର ସବୁ ଜଗନ୍ନାଥ ମନ୍ଦିରକୁ ଖୁବ ଶୀଘ୍ର ମାର୍ଗଦର୍ଶିକା ଜରିହେବ । ଏଥି ସହିତ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେ ଯେ ଦେଶରେ କେବଳ ଚାରିଟି ଧାମ ରହିଛି I ତେଣୁ କେବଳ ଏହି ସ୍ଥାନ ବ୍ୟତୀତ ଅନ୍ୟ ସ୍ଥାନରେ “ଧାମ” ଶବ୍ଦର ନାମ ଲାଗିପାରିବ ନାହିଁ । ତେଣୁ ଦିଘାରେ “ଜଗନ୍ନାଥ ଧାମ” ବୋଲି ଯାହା ଉଲ୍ଲେଖ କରାଯାଇଛି ତାହା ଠିକ ନୁହେଁ, ଏହାକୁ ଶୀଘ୍ର ହଟାଇବା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହେବ । ପଶ୍ଚିମବଙ୍ଗ ସରକାରଙ୍କୁ ଓଡ଼ିଶା ସରକାରଙ୍କ ତରଫରୁ ପତ୍ର ଲେଖାଯିବ ଏବଂ ଦିଘା ଠାରେ ମହାଦୋଧି ନାମକୁ କାଟିବା ପାଇଁ ମଧ୍ୟ କୁହାଯିବ ।

ଅନ୍ୟପକ୍ଷରେ ସେବାୟତମାନେ କୌଣସି ସ୍ଥାନକୁ ଯାଇ ସେଠାରେ ପୂଜା ଅର୍ଚ୍ଚନା କରିବା ବିଧି ନାହିଁ । ଏଥି ସହିତ ଜଗନ୍ନାଥଙ୍କ ବିଭିନ୍ନ ନୀତିକାନ୍ତି ବିଷୟରେ ବାହାରେ କ’ଣ ସବୁ ପ୍ରକାଶ କରି ପାରିବେ ଓ ନ କରିପାରିବେ ସେଥିନେଇ ମାର୍ଗଦର୍ଶିକା ଜାରି ହେବ ।

ରିପୋର୍ଟରୁ ଯାହା ଜଣାପଡିଛି ବଳକା ଦାରୁ କାଠ ବାହାରକୁ ଯିବା ଏବଂ ଏଥିରେ ବିଗ୍ରହ ନିର୍ମାଣ ହେବା ସମ୍ଭବ ନୁହେଁ ଏବଂ ଏହା ସମ୍ପୂର୍ଣ୍ଣ ମିଛ ବୋଲି ନିଯୋଗମାନେ ଉଲ୍ଲେଖ କରିଛନ୍ତି । ଦାରୁ ଘର ଭିତରେ କାଠ ସୁରକ୍ଷିତ ଅଛି । ୧୯୯୫-୯୬ ରେ ସେତବେଳେର ସରକାରଙ୍କ ନିଷ୍ପତ୍ତି କ୍ରମେ କିଛି ଦଇତାପତି ନିଯୋଗ ଘରେ କିଛି କାଠ ରହିଛି । ସେ ସମସ୍ତ କାଠ ଦାରୁ ଘରକୁ ଆଣିବା ଏବଂ ଏହାର ଗଣତି ପାଇଁ ଏକ ୫ ଜଣିଆ କମିଟି ଗଠନ ହୋଇଛି ।

ଦାଇତାପତି ନିଯୋଗ ସମ୍ପାଦକଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗ ଆସିଥିଲା ସେଥିନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ନୋଟିସ ଦିଆଯାଇଥିଲା । ଏଥିରେ ସେ ଘଟଣା ସମ୍ପର୍କରେ ନିଜର ପକ୍ଷ ରଖିଛନ୍ତି । ତେବେ ଏହି ଘଟଣା ସମ୍ପର୍କରେ କାହିଁକି ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟନୁଷ୍ଠାନ ନ ନିଆଯିବ ସେଥିନେଇ ଆଗାମୀ ୭ ଦିନ ମଧ୍ୟରେ ଉତ୍ତର ରଖିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ନିର୍ଦେଶ ଦିଆଯାଇଛି ।

ଶ୍ରମନ୍ଦିର ପ୍ରଶାସନ ପକ୍ଷରୁ ଏହି ରିପୋର୍ଟ ପ୍ରଦାନ ଅବସରରେ ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ମାନସ ରଞ୍ଜନ ବାରିକ, ଅତିରିକ୍ତ ଶାସନ ସଚିବ ବିଭୁ ପ୍ରସାଦ ପଣ୍ଡା ଏବଂ ଶିବ ପ୍ରସାଦ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ।…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri