ମୁଖ୍ୟ ପାରିଲେନି, ଅଫିସର କରିବେ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ):କୋଟିଆ ଗ୍ରାମପୁଞ୍ଜ, ନେରେଡି ବ୍ୟାରେଜ, ଝଞ୍ଜାବତୀ ଜଳପ୍ରପାତ, ପୋଲାଭରମ, ବାହୁଦା ନଦୀ ଜଳ ଛାଡ଼ିବା, ବାଲିମେଳା ଓ ଅପର ସିଲେରୁ ଜଳବିଦ୍ୟୁତ୍‌ କ୍ଷେତ୍ର ଆଦି ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସମାଧାନ ପାଇଁ ଆନ୍ଧ୍ର ଏବଂ ଓଡ଼ିଶା ସରକାରଙ୍କ ଅଫିସରମାନେ ମିଳିତ ଭାବେ କାମ କରିବେ। ଆନ୍ଧ୍ର ଏବଂ ଓଡ଼ିଶା ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ପ୍ରମୁଖ ସମସ୍ୟାଗୁଡ଼ିକର ସମାଧାନ ସକାଶେ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିବେ। ଆନ୍ଧ୍ର ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଉଭୟ ରାଜ୍ୟ ପକ୍ଷରୁ ମିଳିତ ବିବୃତି ଜାରି କରାଯାଇଛି। ତଦନୁଯାୟୀ ମିଳିତ ଏନ୍‌ଓସି ପ୍ରସଙ୍ଗକୁ ତୁଟାଇବା ପାଇଁ ଦୁଇ ସରକାର କାର୍ଯ୍ୟ କରିବେ। ଏଥିସହିତ ଉଭୟ ପଡ଼ୋଶୀ ମାଓବାଦୀ ଦମନ ସହ ଗଞ୍ଜେଇ ଚାଷ ମୂଳୋତ୍ପାଟନ କରିବା ଦିଗରେ ପରସ୍ପରକୁ ସହଯୋଗ କରିବେ।
ଶ୍ରୀକାକୁଲମ୍‌ଠାରେ ଥିବା ବି.ଆର୍‌. ଆମ୍ବେଦକର ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ତେଲୁଗୁ ଚେୟାର ସ୍ଥାପନ କରିବାକୁ ନବୀନ ଓ ଜଗନମୋହନ ନିଷ୍ପତ୍ତି ନେଇଛନ୍ତି। ଏହାଛଡ଼ା ଦୁଇ ରାଜ୍ୟର ସୀମାବର୍ତ୍ତୀ ସ୍କୁଲଗୁଡ଼ିକରେ ଭାଷାଭିତ୍ତିକ ଶିକ୍ଷକ ନିଯୁକ୍ତି ଦେବା ସହ ବହି ଯୋଗାଇ ପରୀକ୍ଷା ପାଇଁ ପଦକ୍ଷେପ ନେବାକୁ ସହମତି ପ୍ରକାଶ କରିଛନ୍ତି। ବିବାଦଗୁଡ଼ିକୁ ମିଳିତ ସହଯୋଗ ଏବଂ ସଂଘୀୟ ବ୍ୟବସ୍ଥାକୁ ସମ୍ମାନ ଦେଇ ସମାଧାନ କରିବାକୁ ୨ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ନିଷ୍ପତ୍ତି ହୋଇଛି।
ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନମୋହନ ମଙ୍ଗଳବାର ଅପରାହ୍ନରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା। ସେଠାରୁ ସେ ସିଧା ରାଜ୍ୟ ଅତିଥି ଭବନକୁ ଆସିଥିଲେ। ଏହା ପରେ ଲୋକସେବା ଭବନ ଯାଇଥିଲେ। ସେଠାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ତାଙ୍କୁ ଉତ୍ତରୀୟ ଏବଂ ଏକ ମେମେଣ୍ଟୋ ଉପହାର ଦେଇ ସ୍ବାଗତ କରିଥିଲେ। ଜଗନମୋହନ ମଧ୍ୟ ନବୀନଙ୍କୁ ଉତ୍ତରୀୟ ଏବଂ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧିତ କରିଥିଲେ। ଉଭୟଙ୍କ ମଧ୍ୟରେ ପ୍ରାୟ ୪୫ ମିନିଟ୍‌ ଧରି ଜଳ ସମ୍ପଦ, ସୀମା ବିବାଦ, ଶକ୍ତି ଏବଂ ମାଓବାଦୀ ସମସ୍ୟା ବିଷୟରେ ଆଲୋଚନା ହୋଇଥିଲା। ଏହାସହିତ ଉଭୟ ରାଜ୍ୟର ଗୌରବମୟ ଇତିହାସ ଓ ଐତିହ୍ୟ ଉପରେ ମଧ୍ୟ ଆଲୋଚନା ହୋଇଛି। ସୂଚନାଥାଉ କି, ବିଗତ ବର୍ଷଗୁଡ଼ିକରେ ହୋଇଥିବା ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଉଭୟ ରାଜ୍ୟ ପରସ୍ପରକୁ ପୂର୍ଣ୍ଣ ସହାୟତା ଯୋଗାଇଛନ୍ତି।
ସନ୍ଧ୍ୟା ୭ଟାରେ ଜଗନମୋହନ ଆନ୍ଧ୍ର ଫେରିଯାଇଛନ୍ତି। ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ଦୀର୍ଘଦିନ ଧରି ଲାଗି ରହିଥିବା ସୀମା ବିବାଦର ସମାଧାନ କରିବା ଦିଗରେ କେତେଦୂର ସହାୟକ ହେବ ତାହା ଆଗାମୀ ଦିନରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri