ପର୍ଯ୍ୟବେକ୍ଷକଙ୍କ ଭୂମିକା ସମ୍ପର୍କରେ ସୂଚିତ କଲେ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର, ୧୨।୩(ସୁନିତ୍‌ ମିଶ୍ର):ସାଧାରଣ ନିର୍ବାଚନ ୨୦୨୪ ପ୍ରକ୍ରିୟାକୁ ମୁକ୍ତ, ଅବାଧ ଓ ନିରପେକ୍ଷ ଭାବେ ପରିଚାଳନା କରିବା ପାଇଁ ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ପର୍ଯ୍ୟବେକ୍ଷକମାନେ ଆଭାସୀ ମାଧ୍ୟମରେ ସାମିଲ ହୋଇଥିଲେ। ଆଗାମୀ ସାଧାରଣ ନିର୍ବାଚନରେ ନିୟୋଜିତ ହେବାକୁ ଥିବା ଏହି ସମସ୍ତ ପର୍ଯ୍ୟବେକ୍ଷକଙ୍କୁ ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ବାଚନ ପ୍ରକ୍ରିୟାର ସମସ୍ତ ଦିଗ ଉପରେ ପ୍ରଶିକ୍ଷଣ ଦିଆଯାଇଛି। ନିର୍ବାଚନ ପ୍ରକ୍ରିୟାରେ ପର୍ଯ୍ୟବେକ୍ଷକମାନେ ଯେଉଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ସେ ବିଷୟରେ ସବିଶେଷ ଆଲୋଚନା ହୋଇଛି। ପର୍ଯ୍ୟବେକ୍ଷକମାନେ ମତଦାନ ପ୍ରକ୍ରିୟାବେଳେ ତୃଣମୂଳସ୍ତରରେ କେଉଁସବୁ ଆହ୍ବାନର ସମ୍ମୁଖୀନ ହେବାକୁ ପଡ଼ିବ ଓ ନିୟମ ଅନୁଯାୟୀ ସେମାନେ କିଭଳି ଭାବେ ସେହି ସମସ୍ତ ବିଷୟକୁ କମିଶନଙ୍କ ଦୃଷ୍ଟିକୁ ଆଣିବେ ସେନେଇ ବିସ୍ତୃତ ଆଲୋଚନା କରାଯାଇଛି।
ବୈଠକର ଅନ୍ତିମ ପର୍ଯ୍ୟାୟରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପର୍ଯ୍ୟବେକ୍ଷକଙ୍କୁ ସମ୍ବୋଧନ କରି କହିଛନ୍ତି, ମୁକ୍ତ, ଅବାଧ, ନିରପେକ୍ଷ ଓ ସମ୍ପୂର୍ଣ୍ଣ ଭାବେ ତ୍ରୁଟିଶୂନ୍ୟ ନିର୍ବାଚନ ସମ୍ପର୍କରେ ଆଲୋଚନା କରି ଏହି ପ୍ରକ୍ରିୟାରେ ପର୍ଯ୍ୟବେକ୍ଷକଙ୍କ ଭୂମିକା ସମ୍ପର୍କରେ ସୂଚିତ କରିଛନ୍ତି। ଇଭିଏମ୍‌, ଭିଭିପିଏଟି୍‌, ବୁଥ୍‌ ପରିଚାଳନା, ପୋଷ୍ଟାଲ ବାଲଟ, ଶାନ୍ତି ଶୃଙ୍ଖଳା ଓ ସମସ୍ତ ଦଳକୁ ସମାନ ସୁଯୋଗ ଉପରେ ଗୁରୁତ୍ୱଦେଇ ପର୍ଯ୍ୟବେକ୍ଷକମାନେ କିଭଳି କାର୍ଯ୍ୟ କରିବେ ସେ ବିଷୟରେ ଆଲୋଚନା ହୋଇଛି। ଆଭାସୀ ମାଧ୍ୟମରେ ଭୁବନେଶ୍ୱରରୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଓ ବିଭିନ୍ନ ପର୍ଯ୍ୟବେକ୍ଷକ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri