ଭିଜିଲାନ୍ସ ଜାଲରେ ଏସ୍‌ପିସିବିର ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି)ର ମୁଖ୍ୟଯନ୍ତ୍ରୀ ରବି ନାରାୟଣ ପୃଷ୍ଟିଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଭିଜିଲାନ୍ସ କୋର୍ଟ ସ୍ପେସାଲ ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ରବିଙ୍କ ଭୁବନେଶ୍ୱର ପଟିଆରେ ଥିବା ରେସିଡେନ୍‌ସିଆଲ୍‌ ଫ୍ଲାଟ, ଜାଗମରାସ୍ଥିତ ଗଜପତି ପ୍ୟାଲେସ୍‌ରେ ଥିବା ଫ୍ଲାଟ, ଖଣ୍ଡଗିରି ବାରଭୁଜା ମାର୍କେଟ କମ୍ପ୍ଲେକ୍ସରେ ଥିବା ଏକ ଶପ୍‌, ଶ୍ରୀରାମ ବିହାରସ୍ଥିତ ସମ୍ପର୍କୀୟଙ୍କ ଘର, ଶ୍ରୀକ୍ଷେତ୍ର ଭକ୍ତ ନିବାସରେ ଥିବା ଫ୍ଲାଟ, ଗଞ୍ଜାମ ନୂଆଗାଁ ଥାନା ନୂଆପଡ଼ାରେ ଥିବା ପୈତୃକ ଘର ଏବଂ ଭୁବନେଶ୍ୱରସ୍ଥିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ କାର୍ଯ୍ୟାଳୟରେ ଥିବା ତାଙ୍କ ଚ୍ୟାମ୍ବର ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଚଢ଼ାଉବେଳେ ବିପୁଳ ପରିମାଣର ଅଳଙ୍କାର ସମେତ ଅନ୍ୟ ସାମଗ୍ରୀ ଭିଜିଲାନ୍ସ ପକ୍ଷରୁ ଠାବ କରାଯାଇଛି। ଭିଜିଲାନ୍ସ ରିପୋର୍ଟ ଅନୁଯାୟୀ, ଏଯାବତ୍‌ ପଟିଆରେ ଗୋଟିଏ ଫ୍ଲାଟ, ପୁରୀରେ ଗୋଟିଏ ଫ୍ଲାଟ, ନଖରାସ୍ଥିତ ଗ୍ରାଣ୍ଡ ବଜାରରେ ଗୋଟିଏ ଫ୍ଲାଟ, ଖଣ୍ଡଗିରିରେ ଥିବା ଶପ୍‌, ଖୋର୍ଦ୍ଧାରେ ଥିବା ୩ଟି ପ୍ଲଟ୍‌ ଯାଞ୍ଚ ସମୟରେ ଠାବ ହୋଇଛି। ଏଥିସହ ୭୦ଲକ୍ଷ ଟଙ୍କାର ବ୍ୟାଙ୍କ ଡିପୋଜିଟ୍‌, ଗୋଟିଏ ଚାରିଚକିଆ ଯାନ, ଦୁଇଟି ବାଇକ୍‌ ସମେତ ଆନୁମାନିକ ୩୫୫ ଗ୍ରାମର ସୁନା ଅଳଙ୍କାର ମଧ୍ୟ ଜବତ କରାଯାଇଛି। ଏହି ଚଢ଼ାଉରେ ଭିଜିଲାନ୍ସର ୮ଜଣ ଡିଏସ୍‌ପି, ୪ ଇନ୍‌ସ୍ପେକ୍ଟର, ୫ ଏସ୍‌ଆଇ ଓ ଅନ୍ୟ କର୍ମଚାରୀମାନେ ନିୟୋଜିତ ହୋଇଛନ୍ତି। ଚଢ଼ାଉ ଜାରି ରହିଥିବାରୁ ଆୟ ବହିର୍ଭୁତ ସମ୍ପତ୍ତିର ପରିମାଣ ବଢ଼ିପାରେ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri