Posted inରାଜ୍ୟ

ମହାପ୍ରଭୁଙ୍କୁ ଦର୍ଶନକଲେ ହାଇକୋର୍ଟ ମୁଖ୍ୟ ବିଚାରପତି

ପୁରୀ,୯ା୨(ଅଜିତ୍‌ ମହାନ୍ତି): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ମୁଖ୍ୟ ବିଚାରପତି ସିଂ କଡ଼ା ସୁରକ୍ଷା ମଧ୍ୟରେ ରାତି ୮ଟାରେ ସପରିବାର ଆସି ପୁରୀରେ ପହଞ୍ଚତ୍ଥିଲେ। ଶ୍ରୀମନ୍ଦିର ସିଂହଦ୍ୱର ସମ୍ମୁଖରେ ତାଙ୍କୁ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲା ପ୍ରଶାସନ ପକ୍ଷରୁୁ ସ୍ବାଗତ କରାଯାଇ ପାଛୋଟି ନିଆଯାଇଥିଲା। ମୁଖ୍ୟ ବିଚାରପତି ସପରିବାର ରତ୍ନସିଂହାସନ ରୂଢ ଶ୍ରୀବିଗ୍ରହମାନଙ୍କ ଦର୍ଶନ କରିଥିଲେ। ପରେ ଭିତରବେଢାରେ ଥିବା ପାର୍ଶ୍ୱଦେବଦେବୀଙ୍କ ଦର୍ଶନ କରି କିଛି ସମୟ ଅତିବାହିତ କରି ବାଇଶିପାହାଚ ଦେଇ ପ୍ରସ୍ଥାନ କରିଥିଲେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମୁଖ୍ୟ ବିଚାରପତିଙ୍କୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ପତିତପାବନ ବାନା ଓ ସ୍ମୃତିଫଳକ ପ୍ରଦାନ କରାଯାଇଥିଲା। ଏହି ଅବସରରେ ଜିଲାପାଳ ବିଜୟ କୁମାର ଦାଶ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଏସ୍‌ପି ପିନାକ ମିଶ୍ର, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ ଏବଂ ପୁରୀ କୋର୍ଟର ବିଚାରପତିମାନେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଦିଲ୍ଲୀରେ ପଞ୍ଜୀକୃତ ହୋଇଥିବା ଏହି ସଂସ୍ଥା ୨୦୦୭-୨୦୦୮ରେ ଓଡ଼ିଶାର କନ୍ଧମାଳ, ବୌଦ୍ଧ, ଗଞ୍ଜାମ ଓ ପୁରୀ ଆଦିରେ ଶାଖା କାର୍ଯ୍ୟାଳୟ ଖୋଲି କର୍ମଚାରୀଙ୍କୁ ନିଯୁକ୍ତି ଦେଇଥିଲା। ଉକ୍ତ କର୍ମଚାରୀଙ୍କ ଦ୍ୱାରା ଅନେକ ଲୋକଙ୍କଠାରୁ ବହୁ ଟଙ୍କା ଗ୍ରହଣ କରି ଠକେଇ କରିଥିଲା। ଏନେଇ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ନିକଟରେ ବହୁ ଲୋକ ଅଭିଯୋଗ କରିବା ପରେ ମାମଲା ରୁଜୁ ହୋଇଥିଲା। ଏଥିସହ ଅନ୍ୟାନ୍ୟ ତଦନ୍ତ ଏଜେନ୍ସି ମଧ୍ୟ ୪ରୁ ଊର୍ଦ୍ଧ୍ୱ ମାମଲା ରୁଜୁ କରିଥିଲା। ସିବିଆଇ ପକ୍ଷରୁ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବାବେଳେ ନିକଟରେ ଚାର୍ଜଶିଟ୍‌ ଦାଖଲ କରାଯାଇଛି। ଏହାକୁ ଆଧାର କରି ଇଡି ତଦନ୍ତକୁ ଆଗକୁ ବଢ଼ାଇଛି। ବେଆଇନ ଅର୍ଥ କାରବାର ଦିଗକୁ ନେଇ ଇଡି ଖୋଳତାଡ ଆରମ୍ଭ କରିବା ସହ ସଂସ୍ଥାର କର୍ତ୍ତୃପକ୍ଷ ଓ କର୍ମଚାରୀଙ୍କୁ ପଚରାଉଚରା ଆରମ୍ଭ କରିଛି। ତେବେ ସଂସ୍ଥା ଦ୍ୱାରା ଠକେଇର ଶିକାର ହୋଇଥିବା ଲୋକଙ୍କୁ ଟଙ୍କା ଫେରାଇକୁ ହାଇକୋର୍ଟ ଗତବର୍ଷ କଟକ ଅତିରିକ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏପରିକି ୮ହଜାର ଟଙ୍କାରୁ କମ୍‌ ନିବେଶକାରୀଙ୍କୁ ୨ ମାସ ମଧ୍ୟ ଟଙ୍କା ଫେରାଇଦେବାକୁ ନିର୍ଦ୍ଦେଶ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନ, ହୋଇଥିଲା କି…

ଭୁବନେଶ୍ୱର,୨୪।୩: ବାଲେଶ୍ବର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନା। ଦିଲ୍ଲୀସ୍ଥିତ ପ୍ରତାପଙ୍କ ବାସଭବନକୁ ଯାଇ ସେ ଭେଟଥିବା ଜଣାପଡ଼ିଛି। ନିକଟରେ ବିଜେଡି ଛାଡ଼ି ବିଜେପିରେ ସାମିଲ…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri