Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋତେ ଫୋନ୍‌ କରିଥିଲେ, କାହିଁକି ଏପରି କହିଲେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୨୨ା୨: ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡ଼ ସୁପ୍ରିମକୋର୍ଟ ପରିସରରେ ଗୁରୁବାର ଆୟୁଷ ସମଗ୍ର କଲ୍ୟାଣ କେନ୍ଦ୍ରର ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ସେ କରୋନା ମହାମାରୀ ସମୟରେ ନିଜର ଅଭିଜ୍ଞତା ଶେୟାର କରିଛନ୍ତି। ସେ କହିଛନ୍ତି, କରୋନା ହେବା ପରଠାରୁ ମୁଁ ଆୟୁଷ ସହିତ ଜଡ଼ିତ ଅଛି। ମୋର ପ୍ରକୃତରେ ବହୁତ ଦେହ ଖରାପ ହୋଇଥିଲା ଏବଂ ପ୍ରଧାନମନ୍ତ୍ରୀ ମୋଦି ମୋତେ ଫୋନ୍‌ କରି କହିଥିଲେ, ତୁମେ କରୋନାରେ ପୀଡ଼ିତ ଏବଂ ମୁଁ ଆଶା କରୁଛି ସବୁ ଠିକ୍‌ ହୋଇଯିବ।

ଚନ୍ଦ୍ରଚୂଡ଼ ଆହୁରି କହିଛନ୍ତି ଯେ ‘ପ୍ରଧାନମନ୍ତ୍ରୀ ମୋତେ ଆହୁରି କହିଛନ୍ତି’ ମୁଁ ଅନୁଭବ କରୁଛି ଯେ, ତୁମର ଅବସ୍ଥା ଭଲ ନାହିଁ, କିନ୍ତୁ ଆମେ ସବୁକିଛି କରିବୁ। ଜଣେ ବୈଦ ଅଛନ୍ତି ଯିଏ ଆୟୁଷରେ ମଧ୍ୟ ସଚିବ ଅଟନ୍ତି ଏବଂ ମୁଁ ତାଙ୍କ ସହିତ ଏକ କଲ୍‌ ବ୍ୟବସ୍ଥା କରିବି ଯିଏ ଆପଣଙ୍କୁ ଔଷଧ ଏବଂ ସବୁକିଛି ପଠାଇବେ।

ସେ କହିଛନ୍ତି, ଯେତେବେଳେ ମୁଁ କରୋନାରେ ପୀଡ଼ିତ ଥିଲି, ସେତେବେଳେ ମୁଁ ଆୟୁଷଙ୍କଠାରୁ ଔଷଧ ନେଇଥିଲି। ଦ୍ୱିତୀୟ ଏବଂ ତୃତୀୟ ଥର ଯେତେବେଳେ ମୁଁ କରୋନାରେ ପୀଡ଼ିତ ଥିଲି ସେତେବେଳେ କୌଣସି ଏଲୋପାଥିକ ଔଷଧ ଖାଇ ନ ଥିଲି। ସମସ୍ତ ବିଚାରପତି, ସେମାନଙ୍କ ପରିବାର ଏବଂ ସୁପ୍ରିମକୋର୍ଟର ୨୦୦୦ରୁ ଅଧିକ କର୍ମଚାରୀ, ମୁଁ ସେମାନଙ୍କ ପାଇଁ ବହୁତ ଚିନ୍ତିତ କାରଣ ସେମାନେ ବିଚାରପତିଙ୍କ ଭଳି ସମାନ ସୁବିଧା ପାଇ ନାହାନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ଚାହୁଁଛି; ସେମାନେ ଏକ ସାମଗ୍ରିକ ଜୀବନ ଧାରଣ କରନ୍ତୁ … ମୁଁ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି। ମୁଁ ଯୋଗ କରେ, ମୁଁ ଶାକାହାରୀ ଖାଦ୍ୟ ଅନୁସରଣ କରେ, ଗତ ପାଞ୍ଚ ମାସ ମଧ୍ୟରେ ମୁଁ ସମ୍ପୂର୍ଣ୍ଣ ଶାକାହାରୀ ଖାଦ୍ୟ ଖାଇଛି ଏବଂ ମୁଁ ଏହା ଜାରି ରଖିବି ଜାରି ରଖିବି ବୋଲି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?