କୋଭିଡ୍‌ ନିୟମ କଡ଼ାକଡ଼ି ପାଳନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୧୨(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ୍‌’କୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ସତର୍କ କରାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟରେ କରୋନା ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସତର୍କ କରାଇବା ସହିତ କୋଭିଡ୍‌ ନିୟମାବଳୀକୁ କଡ଼ାକଡ଼ି ଭାବରେ ପାଳନ କରିବାକୁ କହିଛନ୍ତି। ନୂଆ ଭାରିଆଣ୍ଟ ଅଧିକ ସଂକ୍ରମଣଶୀଳ ଥିବାରୁ ଜନସାଧାରଣ ଏହାକୁ ଗୁରୁତ୍ୱର ସହ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହ ସରକାରଙ୍କୁ ପୂର୍ଣ୍ଣ ସହଯୋଗ ଯୋଗାଇ ଦେବା ପାଇଁ ଅନୁରୋଧ କରିଛନ୍ତି।
ସେ କହିଛନ୍ତି, ପ୍ରଥମରୁ ହିଁ ଓଡିଶା ଏହି ମହାମାରୀ ମୁକାବିଲା ପାଇଁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଆସିଛି। ଆହ୍ବାନମୂଳକ ପରିସ୍ଥିତି ସତ୍ତ୍ବେ ଜନସାଧାରଣଙ୍କ ସହଯୋଗରେ ଓଡ଼ିଶା ସଫଳତାର ସହିତ ପ୍ରଥମ ଓ ଦ୍ବିତୀୟ ଲହରକୁ ମୁକାବିଲା କରିପାରିଛି। ବର୍ତ୍ତମାନ ପରିସ୍ଥିତିରେ ମଧ୍ୟ ଆମେ ସଫଳ ମୁକାବିଲା କରିପାରିବା। କୋଭିଡ୍‌ ମୁକାବିଲା ପାଇଁ ଆମର ଥିବା ପ୍ରସ୍ତୁତିକୁ ପୁଣିଥରେ ପୁନଃ ସକ୍ରିୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହ କୋଭିଡ୍‌ ନିୟମର ଯେପରି କଡ଼ାକଡ଼ି ପାଳନ କରାଯିବ, ସେଥିପ୍ରତି ସତର୍କ ପଦକ୍ଷେପ ନେବା ପାଇଁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା ଆଦି କୋଭିଡ୍‌ ନିୟମ ସମ୍ପର୍କରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ପଞ୍ଚାୟତ ପ୍ରତିନିଧିଙ୍କଠାରୁ ଆରମ୍ଭ କରି ମିଶନ ଶକ୍ତି ଗ୍ରୁପ ପର୍ଯ୍ୟନ୍ତ ସମାଜର ସବୁ ବର୍ଗର ଲୋକଙ୍କୁ ସାମିଲ କରି ସଚେତନତା ତଥା କୋଭିଡ଼ ନିୟମ ଅନୁପାଳନକୁ ସୁନିଶ୍ଚିତ କରିବା ପାଇଁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି, ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ପୂରା ସତର୍କ ଅଛନ୍ତି। କୋଭିଡ୍‌ ଭିତ୍ତିଭୂମି ସୁଦୃଢ଼ ରହିଛି ଏବଂ ତାକୁ ଆହୁରି ଅଧିକ ଜୋର୍‌ଦାର କରିବା ପାଇଁ ପଦକ୍ଷେପ ନିଆଯାଉଛି। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମା କହିଛନ୍ତି, ରାଜ୍ୟରେ ଏବେ ୪ ଜିଲା ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଓ ସମ୍ବଲପୁରର କିଛି ଅଞ୍ଚଳରେ ଅପେକ୍ଷାକୃତ ଅଧିକ କେସ୍‌ ବାହାରିଥିଲେ ମଧ୍ୟ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି। ନୂଆ ରୋଗୀଙ୍କ ଜିନୋମ ସିକ୍ୱେନ୍ସିଂ ପାଇଁ ମଧ୍ୟ ନମୁନା ପଠାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଛନ୍ତି, କୋଭିଡ୍‌ ମୁକାବିଲା ପାଇଁ ପ୍ରସ୍ତୁତିକୁ ଆହୁରି ଉନ୍ନତ କରାଯିବା ଆବଶ୍ୟକ। ଅକ୍ସିଜେନ ସପ୍ଲାଏ ଚେନ୍‌କୁ ଆହୁରି ମଜଭୁତ କରିବା ଏବଂ ଘରୋଇ ହସ୍ପିଟଲଗୁଡ଼ିକୁ କୋଭିଡ୍‌ ଚିକିତ୍ସା ପାଇଁ ପ୍ରସ୍ତୁତ ରଖିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ବୈଠକରେ ପୋଲିସ ମହାନିର୍ଦ୍ଦେଶକ ଅଭୟ, ପୋଲିସ କମିଶନରଙ୍କ ସମେତ ବିଭିନ୍ନ ଜିଲାର ଜିଲାପାଳ, ମହାନଗର ନିଗମ କମିଶନର ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜ ଦୁର୍ଘଟଣା ପରେ ବି ଚେତୁନାହାନ୍ତି ଟ୍ରଲର ମାଲିକ, ବିପସଙ୍କୁଳ ଅବସ୍ଥାରେ ଚାଲିଛି ମାଛଧରା

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ୧୦ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ବଙ୍ଗୋପସାଗର ଉପରେ ନିର୍ଭର କରନ୍ତି। ମାଛ ଧରିଲେ ପରିବାର…

ଅଜିତ ଅଗରକରଙ୍କୁ ନେଇ ବଢ଼ିଲା ଚର୍ଚ୍ଚା, ରୋହିତ ଶର୍ମାଙ୍କୁ ମିଳିଗଲା ‘ଅଭୟଦାନ’!

ମୁମ୍ବାଇ,୪।୯: ଟିମ ଇଣ୍ଡିଆର ଚିଫ ସିଲେକ୍ଟର ଅଜିତ ଅଗରକର ପୁଣିଥରେ ଚର୍ଚ୍ଚାରେ। ଗୁରୁବାର BCCIର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁମ୍ବାଇ ସ୍ଥିତ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ବୈଠକରେ…

ଜଗନ୍ନାଥପ୍ରସାଦରେ ଚାଞ୍ଚଲ୍ୟ; ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ଜଗନ୍ନାଥପ୍ରସାଦ,୪।୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଞ୍ଚଭୂତି ଗ୍ରାମର ଖଦାଳ ସାହିରେ ଅଭାବନୀୟ ଘଟଣା ଘଟିଯାଇଛି । ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁକୁ…

କନ୍ୟା ରାଶିରେ ପ୍ରବେଶ କରିବେ ବୁଧ: ୭ ସେପ୍ଟେମ୍ବରରୁ ଏହି ୩ ରାଶିକୁ ଘାରିବ ସଙ୍କଟ, ରହନ୍ତୁ ସତର୍କ ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୭ ସେପ୍ଟେମ୍ବର ୨୦୨୬ରେ ବୁଧଦେବ କନ୍ୟା ରାଶିରେ ପ୍ରବେଶ କରିବେ। କନ୍ୟା ରାଶିକୁ ବୁଧଙ୍କ ସ୍ବରାଶି ଏବଂ ଉଚ୍ଚ ରାଶି ଭାବେ…

ବଡ଼ ଚମତ୍କାର: ନେପାଳ ବନ୍ୟାର ୯ ଦିନ ପରେ ମାଟି ତଳୁ ଜୀବନ୍ତ ଉଦ୍ଧାର ହେଲେ ୨ ବ୍ୟକ୍ତି, ଏବେ ବି ଶୁଣାଯାଉଛି ଆହୁରି ସ୍ବର

କାଠମାଣ୍ଡୁ,୪।୯: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଏକ ବଡ଼ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ରସୁୱା ଜିଲାରେ ବନ୍ୟା ପରେ ତ୍ରିଶୁଳୀ-୩ଏ ହାଇଡ୍ରୋପାୱାର ପ୍ରକଳ୍ପର…

ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ:ସୁରଧାପାଲି ଜଙ୍ଗଲରୁ ୩୪ ଏକରରୁ ଊର୍ଦ୍ଧ୍ୱ ଜବରଦଖଲ ଉଚ୍ଛେଦ

ଅମରପାଲି, ୪।୯(ପୀତାମ୍ବର ସାହୁ): ସୁବର୍ନପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ ସୁରଧାପାଲି ଜଙ୍ଗଲ ମୌଜାରେ ଦୀର୍ଘଦିନ ଧରି ହୋଇଆସୁଥିବା ଜବରଦଖଲ…

ଭଉଣୀଙ୍କ ବଢୁଥିଲା ଫଲୋଅର୍ସ, ସହି ନ ପାରି ଭାଇ ନେଲେ ଚରମ ପଦକ୍ଷେପ

ଇସଲାମାବାଦ୍‌,୪।୯: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ୧୮ ବର୍ଷର ଝିଅ ନିଜ ସୋସିଆଲ ମିଡିଆ ଲୋକପ୍ରିୟତାକୁ ନେଇ ସୃଷ୍ଟି ହୋଇଥିବା ବିବାଦ କାରଣରୁ ନିଜ ସାନ ଭଉଣୀକୁ…

ହାଇୱେରେ ଅପରିଷ୍କାର ଟଏଲେଟ୍‌ ଦେଖିଲେ ଉଠାନ୍ତୁ ଫଟୋ, ମିଳିବ ୧,୦୦୦ ଟଙ୍କାର FASTag ରିଚାର୍ଜ, ଜାଣନ୍ତୁ NHAIର ନିୟମ

ନୂଆଦିଲ୍ଲୀ,୪।୯: ଜାତୀୟ ରାଜପଥ କିମ୍ବା ଏକ୍ସପ୍ରେସୱେରେ ଯାତ୍ରା ସମୟରେ ଖରାପ ପବ୍ଲିକ ଟଏଲେଟ୍‌କୁ ନେଇ ଯାତ୍ରୀମାନେ ପ୍ରାୟତଃ ଅସୁବିଧାରେ ପଡ଼ନ୍ତି। ଟଏଲେଟ୍‌ ନିର୍ମାଣ ହୋଇଥିଲେ ମଧ୍ୟ ନିୟମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri