ବୁଣାକାରଙ୍କ ପାଇଁ ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟର ବୁଣାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସତନ୍ତ୍ର ପ୍ୟାକେଜ୍‌ ଘୋଷଣା କରିଛନ୍ତି ।

ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ। ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାରମାନେ ସେମାନଙ୍କ ଦକ୍ଷତା ଦ୍ବାରା ଓଡ଼ିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡ଼ିଶାର ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି। କିନ୍ତୁ ମହାମାରୀ କୋଭିଡ୍‌ ଯୋଗୁ ଗତ ଦୁଇବର୍ଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାରଙ୍କ ରୋଜଗାରରେ ମଧ୍ୟ ହ୍ରାସ ଘଟିଛି।

ଏହି ପ୍ୟାକେଜ୍‌ରେ କଂକ୍ରିଟ ହୋଇ ନ ଥିବା ୧୫ ହଜାର ଲୁମ୍‌ ପିଟ୍‌କୁ ପର୍ଯ୍ୟାୟ କ୍ରମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ। ପ୍ରତି ଲୁମ୍‌କୁ କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲେଖାଏ ଖର୍ଚ୍ଚ କରାଯିବ।

ସୂଚନାଯୋଗ୍ୟ, ରାଜ୍ୟର ୩୧,୩୪୨ଟି ଲୁମ୍‌ ପିଟ୍‌ ମଧ୍ୟରୁ ଏପର୍ଯ୍ୟନ୍ତ ୧୫,୦୭୧ଟି ଲୁମ ପିଟ୍‌କୁ କଂକ୍ରିଟ କରାଯାଇଛି। ସେହିପରି ୩୦୦୦ ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ ଅଧୀନରେ ପ୍ରାଥମିକତା ଭିତ୍ତିରେ ହାଉସ୍‌ କମ୍‌ ଓ୍ବାର୍କ ସେଡ୍‌ ଯୋଗାଇ ଦିଆଯିବ।

ଏ ପର୍ଯ୍ୟନ୍ତ ୧୧୬୯୫ଟି ହାଉସ୍‌ କମ୍‌ ଓ୍ବାର୍କ ସେଡ୍‌ ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି। ଲୁଗାବୁଣା ଏବଂ କୁଟୀର ଶିଳ୍ପ ଉତ୍ପାଦନ ପ୍ରକ୍ରିୟାରେ ପରିବାରର ସଦସ୍ୟମାନେ ମଧ୍ୟ ସହଯୋଗ କରିଥାନ୍ତି। ସେହିପରି ଡିଜାଇନ ପ୍ରସ୍ତୁତି ମଧ୍ୟ ଏକ ଜଟିଳ ପ୍ରକ୍ରିୟା। ତେଣୁ ବୁଣାକାରମାନଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡ଼ିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନାରେ ବିଜୁଳି ଆଲୁଅ ଓ ପଙ୍ଖା ଯୋଗାଇ ଦିଆଯିବ।

ସେହିପରି ସମସ୍ତ ଯୋଗ୍ୟ ବୁଣାକାର ପରିବାରକୁ ଅଗ୍ରାଧିକାର ଭିତ୍ତିରେ ବାସଗୃହ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଛି। ପଞ୍ଚାୟତିରାଜ ବିଭାଗର ଗାଇଡ୍‌ଲାଇନ୍‌ ଅନୁସାରେ ଏଥିପାଇଁ ହିତାଧିକାରୀ ଚୟନ କରାଯିବ। ଏହି ପ୍ୟାକେଜ୍‌ରେ ବୁଣାକାରମାନେ ଯେପରି ସୁବିଧାରେ ଋଣ ପାଇ ପାରିବେ ତା’ ଉପରେ ଗୁରୁତ୍ୱ ଦିଆଯାଇଛି।

ବୁଣାକାରମାନଙ୍କୁ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୁଣାକାରମାନଙ୍କର ଉତ୍ପାଦନ ସାମଗ୍ରୀ ରଖିବା ନିମନ୍ତେ ବିଭିନ୍ନ ଗୋଷ୍ଠୀ ଭିତ୍ତିଭୂମି ଯଥା- ପିଏଫ୍‌ସି, ଗୋଦାମ, ବିକ୍ରୟ କେନ୍ଦ୍ର ଆଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri