ବୁଣାକାରଙ୍କ ପାଇଁ ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟର ବୁଣାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସତନ୍ତ୍ର ପ୍ୟାକେଜ୍‌ ଘୋଷଣା କରିଛନ୍ତି ।

ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ। ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାରମାନେ ସେମାନଙ୍କ ଦକ୍ଷତା ଦ୍ବାରା ଓଡ଼ିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡ଼ିଶାର ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି। କିନ୍ତୁ ମହାମାରୀ କୋଭିଡ୍‌ ଯୋଗୁ ଗତ ଦୁଇବର୍ଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାରଙ୍କ ରୋଜଗାରରେ ମଧ୍ୟ ହ୍ରାସ ଘଟିଛି।

ଏହି ପ୍ୟାକେଜ୍‌ରେ କଂକ୍ରିଟ ହୋଇ ନ ଥିବା ୧୫ ହଜାର ଲୁମ୍‌ ପିଟ୍‌କୁ ପର୍ଯ୍ୟାୟ କ୍ରମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ। ପ୍ରତି ଲୁମ୍‌କୁ କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲେଖାଏ ଖର୍ଚ୍ଚ କରାଯିବ।

ସୂଚନାଯୋଗ୍ୟ, ରାଜ୍ୟର ୩୧,୩୪୨ଟି ଲୁମ୍‌ ପିଟ୍‌ ମଧ୍ୟରୁ ଏପର୍ଯ୍ୟନ୍ତ ୧୫,୦୭୧ଟି ଲୁମ ପିଟ୍‌କୁ କଂକ୍ରିଟ କରାଯାଇଛି। ସେହିପରି ୩୦୦୦ ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ ଅଧୀନରେ ପ୍ରାଥମିକତା ଭିତ୍ତିରେ ହାଉସ୍‌ କମ୍‌ ଓ୍ବାର୍କ ସେଡ୍‌ ଯୋଗାଇ ଦିଆଯିବ।

ଏ ପର୍ଯ୍ୟନ୍ତ ୧୧୬୯୫ଟି ହାଉସ୍‌ କମ୍‌ ଓ୍ବାର୍କ ସେଡ୍‌ ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି। ଲୁଗାବୁଣା ଏବଂ କୁଟୀର ଶିଳ୍ପ ଉତ୍ପାଦନ ପ୍ରକ୍ରିୟାରେ ପରିବାରର ସଦସ୍ୟମାନେ ମଧ୍ୟ ସହଯୋଗ କରିଥାନ୍ତି। ସେହିପରି ଡିଜାଇନ ପ୍ରସ୍ତୁତି ମଧ୍ୟ ଏକ ଜଟିଳ ପ୍ରକ୍ରିୟା। ତେଣୁ ବୁଣାକାରମାନଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡ଼ିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନାରେ ବିଜୁଳି ଆଲୁଅ ଓ ପଙ୍ଖା ଯୋଗାଇ ଦିଆଯିବ।

ସେହିପରି ସମସ୍ତ ଯୋଗ୍ୟ ବୁଣାକାର ପରିବାରକୁ ଅଗ୍ରାଧିକାର ଭିତ୍ତିରେ ବାସଗୃହ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଛି। ପଞ୍ଚାୟତିରାଜ ବିଭାଗର ଗାଇଡ୍‌ଲାଇନ୍‌ ଅନୁସାରେ ଏଥିପାଇଁ ହିତାଧିକାରୀ ଚୟନ କରାଯିବ। ଏହି ପ୍ୟାକେଜ୍‌ରେ ବୁଣାକାରମାନେ ଯେପରି ସୁବିଧାରେ ଋଣ ପାଇ ପାରିବେ ତା’ ଉପରେ ଗୁରୁତ୍ୱ ଦିଆଯାଇଛି।

ବୁଣାକାରମାନଙ୍କୁ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୁଣାକାରମାନଙ୍କର ଉତ୍ପାଦନ ସାମଗ୍ରୀ ରଖିବା ନିମନ୍ତେ ବିଭିନ୍ନ ଗୋଷ୍ଠୀ ଭିତ୍ତିଭୂମି ଯଥା- ପିଏଫ୍‌ସି, ଗୋଦାମ, ବିକ୍ରୟ କେନ୍ଦ୍ର ଆଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri