ଅମିତଙ୍କୁ ଦେଢ଼ କୋଟି ଟଙ୍କା ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୧୦(ଅନିଲ ଦାସ): ଓଡ଼ିଆ ହକି ଖେଳାଳି ଅମିତ ରୋହିଦାସଙ୍କୁ ଦେଢ଼ କୋଟି ଟଙ୍କା ପୁରସ୍କାର ଦିଆଯିବ। ଚାଇନାର ହାଙ୍ଗଝୋଠାରେ ଅନୁଷ୍ଠିତ ୧୯ତମ ଏସିଆନ ଗେମ୍ସରେ ଭାରତୀୟ ହକି ଦଳ ସ୍ବର୍ଣ୍ଣ ପଦକ ଜିତିବାରେ ଅମିତ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବାରୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପାଇଁ ଏହି ପୁରସ୍କାର ରାଶି ଘୋଷଣା କରିଛନ୍ତି।
ଚମତ୍କାର ପ୍ରଦର୍ଶନ ପାଇଁ ଅମିତଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି। ସେ କେବଳ ଓଡ଼ିଶା ନୁହେଁ, ସମଗ୍ର ଦେଶରୁ ଯୁବପିଢ଼ିଙ୍କ ପାଇଁ ପ୍ରେରଣାର ଉତ୍ସ। ତାଙ୍କର ଏହି ସଫଳତା ପ୍ରତ୍ୟେକଙ୍କ ପାଇଁ ବଡ଼ କିଛି ହାସଲ କରିବାକୁ ପ୍ରେରଣା ଯୋଗାଇବ। ଓଡ଼ିଶାର ହକି ପ୍ରସିଦ୍ଧ ସୁନ୍ଦରଗଡ଼ ଜିଲାର ସେ ହେଉଛନ୍ତି ଯୋଗ୍ୟ ସନ୍ତାନ । ସେ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ମଧ୍ୟ ବ୍ରୋଞ୍ଜ ମେଡାଲ ଆଣି ରାଜ୍ୟର ଗୌରବ ବୃଦ୍ଧି କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଚଳିତ ଏସିଆନ ଗେମ୍ସରେ ଜାପାନକୁ ୫-୧ ଗୋଲରେ ହରାଇ ଭାରତର ପୁରୁଷ ହକି ଟିମ୍‌ ସ୍ବର୍ଣ୍ଣ ପଦକ ଜିତିପାରିଛି। ଜାପାନକୁ ହରାଇ ଭାରତୀୟ ଦଳ ଇତିହାସ ରଚିବା ସହ ପ୍ୟାରିସ୍‌ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ମଧ୍ୟ ହାସଲ କରିଛି । ଏଥିସହ ଭାରତୀୟ ଦଳ ଏସୀୟ କ୍ରୀଡ଼ାରେ ଚତୁର୍ଥ ଥର ପାଇଁ ସ୍ବର୍ଣ୍ଣ ପଦକ ହାତେଇଛି। ଏହା ପୂର୍ବରୁ ଭାରତ ୧୯୬୬, ୧୯୯୮ ଏବଂ ୨୦୧୪ ସଂସ୍କରଣରେ ସ୍ବର୍ଣ୍ଣ ଜିତିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri