୬ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଣିରେ ବୁଡ଼ି ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। ଗୁରୁବାର ଗଞ୍ଜାମ ଜିଲା ଛତ୍ରପୁର ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ୨ ଛାତ୍ରୀ ପ୍ରାଣ ହରାଇଥିଲେ। ସେହିପରି ମାଲକାନଗିରି ଜିଲାରେ କାଳବୈଶାଖୀ ପ୍ରଭାବରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।