ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୬(ବ୍ୟୁରୋ): ବାହାନଗା ଟ୍ରେନ ଦୁର୍ଘଟଣାରେ ରାଜ୍ୟର ମୃତକ ଓ ଆହତଙ୍କ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯିବ। ଟ୍ରେନ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଏବଂ ଗୁରୁତରଙ୍କ ପାଇଁ ୧ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ରବିବାର ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସମସ୍ତ ଆହତଙ୍କ ଚିକିତ୍ସା ମାଗଣାରେ କରାଯିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri