କେନ୍ଦୁଝର ଟ୍ରକ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୬(ଅସମାପିକା ସାହୁ): କେନ୍ଦୁଝର ଜିଲା ଷଠୀଘରଠାରେ ମଙ୍ଗଳବାର ହୋଇଥିବା ଟ୍ରକ୍‌ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।