ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ନେଇ ଗଭୀର ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ସହାୟତା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂର ଗାଁର ଜଣେ ରୋଗୀଙ୍କୁ ଚିକିତ୍ସା ନିମନ୍ତେ ବିଶାଖାପାଟଣା ନେଉଥିବା ସମୟରେ ରବିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୫ ଜଣ ଗୁରୁତର ହୋଇଛନ୍ତି। ଭୋର୍‌ ସମୟରେ ଆନ୍ଧ୍ର ପ୍ରଦେଶର ନନ୍ଦିଗାମ ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ସୁନପୂର ଗ୍ରାମର ୭ ଜଣ ବ୍ୟକ୍ତି ଏକ କାର୍‌ରେ ଶ୍ରୀକାକୁଲମର ଏକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଉଥିବାବେଳେ ରାସ୍ତାରେ ଅଟକିଥିବା ଏକ ଭ୍ୟାନ୍‌ରେ କାର୍‌ଟି ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକମାନେ ହେଲେ ଦାଲେୟା ଓ ମୋହିନ। ଅନ୍ୟ ୫ ଜଣ ଗୁରୁତର ହୋଇଥିବାବେଳେ ସେମାନଙ୍କୁ ଟେକିଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?