ଗଞ୍ଜାମରୁ ସୁରଟ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୯(ବ୍ୟୁରୋ): ଗଞ୍ଜାମରୁ ସୁରଟ ଯାଉଥିବା ଏକ ବସ୍‌ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ମିଳିଛି। ଏଥିରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇବା ସହ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଏଥିସହ ଶ୍ରମମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ଯିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।


ସୂଚନାଯୋଗ୍ୟ, ଛତିଶଗଡ଼ର ରାୟପୁର ନିକଟବର୍ତ୍ତୀ ଛେରିଖେଡ଼ିରେ ଉକ୍ତ ବସ୍‌ ସହ ଏକ ଟ୍ରକର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୬ ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ଡାକ୍ତରଖାନାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଆହତମାନଙ୍କୁ ସ୍ଥାନୀୟ ଆମ୍ବେଦକର୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ବସ୍‌ରେ ୫୦ରୁ ୬୦ ଜଣ ଶ୍ରମିକମାନେ ସୁରଟ ଯାଉଥିଲେ। କରୋନା ଯୋଗୁ ଗଞ୍ଜାମ ଫେରିଥିବା ଏହି ଶ୍ରମିକମାନେ ପୁଣି ଏକ ସୂତାକଳକୁ କାମ କରିବାକୁ ସୁରଟ ଯାଉଥିବା ସୂଚନା ମିଳିଛି


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri