ବଜ୍ରପାତରେ ୩ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୬: ବରଗଡ଼ ଜିଲା ପଦ୍ମପୁର ଖଲିଆପଲି ପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏହା ସହିତ ଗୁରୁତର ହୋଇଥିବା ବ୍ୟକ୍ତିମାନଙ୍କ ପାଇଁ ସମ୍ପର୍ଣ୍ଣ ମାଗଣାରେ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଓ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୂଚନାଯୋଗ୍ୟ, ଗାଁର ପାଞ୍ଚ ଜଣ ପୁରୁଷ ଗାଁ ମୁଣ୍ଡ ବରଗଛ ମୂଳେ ବସି ଖଟି କରୁଥିଲେ। ହେଲେ ହଠାତ୍‌ ବର୍ଷା ଆସିଥିବା କାରଣରୁ ସେମାନେ ଘରକୁ ଯାଇ ପାରିନଥିଲେ। ବଜ୍ରପାତ ଯୋଗୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri