ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୬(ଅସମାପିକା ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ହୋଇଥିବା ମର୍ମନ୍ତୁଦ ବସ୍‌ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏଥିସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇ ଦେବା ପାଇଁ  ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଓ ଗଞ୍ଜାମ ଡିପିସିସି ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri