ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୪(ବ୍ୟୁରୋ): ମେଟ୍ରୋ ଟ୍ରେନ୍‌ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିବା ବାଣିଜ୍ୟ ପରିବହନ  ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଭୁବନେଶ୍ୱର ଏୟାରପୋର୍ଟରୁ କଟକ ନେତାଜୀ ବ୍ରିଜ୍‌ ତ୍ରିଶୁଳିଆ ପର୍ଯ୍ୟନ୍ତ ଏହା ଗଡ଼ିବ। ଭୁବନେଶ୍ୱର ବିମାନବନ୍ଦର ଛକରୁ ଶିଶୁଭବନ ଛକ, ରାଜମହଲ ଛକ, ମାଷ୍ଟର କ୍ୟାଣ୍ଟିନ, ବାଣୀବିହାର ଛକ, ଜୟଦେବ ବିହାର, କଳିଙ୍ଗ ହସ୍ପିଟାଲ ଛକ, ପଟିଆ, ନନ୍ଦନକାନନ ଛକ ଦେଇ ତ୍ରିଶୂଳିଆ  ପର୍ଯ୍ୟନ୍ତ ଏହି ଟ୍ରେନ୍‌ ଚାଲିବ।

ଶନିବାର ଏନେଇ ଏକ କମିଟି ଫିଲ୍ଡ ପରିଦର୍ଶନ କରିଛନ୍ତି। ୫-ଟି ସଚିବ ଭି.କେ ପାଣ୍ଡିଆନଙ୍କ ସମେତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ମନୋଜ ମିଶ୍ର, ଉଷା ପାଢ଼ୀ, ଅନୁ ଗର୍ଗ, ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି. ମାଥିଭାଥନନ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ଉପସ୍ଥିତ ଥିଲେ।