ପୁରୀ ଜିଲାର ଚାରିଟି ବ୍ଲକରେ ୭ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୧୬।୧୨: ପୁରୀ ଜିଲାର ଚାରିଟି ବ୍ଲକର ୭ଟି ପଞ୍ଚାୟତରେ ୭ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପ୍ରକାଶଯୋଗ୍ୟ ଯେ ଏହି ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ଦ୍ୱାରା ବ୍ରହ୍ମଗିରୀ ବ୍ଲକର ବୁଦ୍ଧିସାହି, ରେବଣା-ନୂଆଗାଁ ଓ ବଡ ଦିଆଣ୍ଡି, କୃଷ୍ଣପ୍ରସାଦ ବ୍ଲକର ଜହ୍ନିକୁଦା, ଖୋଲାମୁହାଣ ଓ ବାଲିନାସୀ, କଣାସ ବ୍ଲକର ନନ୍ଦିଗୋଡା ଓ ପୁରୀ ସଦର ବ୍ଲକର ରାଇଗୋରଡା ଓ ନୂଆପଡା ଗ୍ରାମବାସୀ ଉପକୃତ ହେବେ।

ପ୍ରତ୍ୟେକ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ୨ କୋଟି ଟଙ୍କା ହିସାବରେ ୧୪ କୋଟି ଟଙ୍କା ଖର୍ଚ୍ଚ କରାଯିବ । ପ୍ରସ୍ତାବିତ ଏହି ବାତ୍ୟା ଆଶ୍ରୟସ୍ଥଳୀ ଗୁଡ଼ିକର ନିର୍ମାଣ ଦାୟିତ୍ୱ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ଦିଆଯାଇଛି ।

ସୂଚନାଯୋଗ୍ୟ, ପୁରୀ ଜିଲାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସି.ଏମ୍‍.ଓ) ପକ୍ଷରୁ ହୋଇଥିବା ଜନଶୁଣାଣି ସମୟରେ ବିଭିନ୍ନ ପଞ୍ଚାୟତର ଜନସାଧାରଣ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ପ୍ରସ୍ତାବ ଦେଇଥିଲେ । ଆଜି ଏହି ଚାରିଟି ବ୍ଲକର ୭ଟି ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ଅନୁମୋଦନ ମିଳିଥିବା ବେଳେ ଅନ୍ୟ ପଞ୍ଚାୟତ ଗୁଡ଼ିକରେ ଉପଯୁକ୍ତ ସ୍ଥାନ ନିରୂପଣ ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା

ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri