ହେଲିକପ୍ଟର ମାଗିଲେ ମୁଖ୍ୟମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୭ା୧୦: ନକ୍ସଲ ମୁକାବିଲା ବୈଠକରେ କେନ୍ଦ୍ର ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନକ୍ସଲ ଅପରେଶନ ତୀବ୍ର କରିବାକୁ ୧୨ କମ୍ପାନୀ ଫୋର୍ସ ମାଗିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଛତିଶଗଡ଼ରେ ନକ୍ସଲ ଅପରେଶନ ଜୋରଦାର କରାଯାଇଛି।

ସେଠାକାର ନକ୍ସଲଙ୍କର ଓଡ଼ିଶାରେ ଅନୁପ୍ରବେଶ ସମ୍ଭାବନା ରହିଛି। ବିଶେଷକରି ନୂଆପଡ଼ା, କନ୍ଧମାଳ, ମାଲକାନଗିରି ପ୍ରତି ଫୋକସ ରହିଛି। ୧୨ କମ୍ପାନୀ ସିଏପିଏଫ୍‌ ଓ ଗୋଟିଏ ହେଲିକପ୍ଟର ପାଇଁ ଦାବି କରିଛି। ଏ ସମ୍ପର୍କରେ ବୈଠକରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କର ଦୃଷ୍ଟି ଆକର୍ଷଣ କରିଛି। ନକ୍ସଲ ପ୍ରଭାବିତ ଅଞ୍ଚଳରେ ବିକାଶମୂଳକ କାମ ପାଇଁ ସହଯୋଗ ସ୍ବରାଷ୍ଟ୍ର ମନ୍ତ୍ରୀ ମଧ୍ୟ ଏନେଇ ବିଚାର କରିବାକୁ କଥା ଦେଇଛନ୍ତି। ୨୦୨୬ ମାର୍ଚ୍ଚ ସୁଦ୍ଧା ନକ୍ସଲ ମୁକ୍ତ ଟାର୍ଗେଟକୁ ନେଇ ଆମେ କାମ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେହିପରି ଦିଲ୍ଲୀରେ ଗୁରୁବାର ବସିଥିବା ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏବଂ ପୋଲିସ ଡିଜିଙ୍କୁ ଟାସ୍କ ଦେଇଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ମୁଖ୍ୟମନ୍ତ୍ରୀ ନକ୍ସଲ ମୁକାବିଲା ନେଇ ମାସକୁ ଥରେ ସମୀକ୍ଷା କରିବେ ବୋଲି ଶାହା ନିର୍ଦ୍ଦେଶ ଦେଇଛନ୍ତି। ଜିଲାସ୍ତରରେ ଡିଜିପି ମାସକୁ ଥରେ ଯାଇ ସେଠାରେ ରାତ୍ରିଯାପନ କରିବେ। ସୁରକ୍ଷାକର୍ମୀଙ୍କ ସହ ମିଶି ଡିଜିପି ସେମାନଙ୍କ ମନୋବଳ ବଢ଼ାଇବେ ବୋଲି ଆଜି ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri