ରାବିଡ଼ି ଖାଇ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୧୧।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଟକ ଜିଲା ଅରିଲୋଠାରେ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍‌ଫେଡର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ଉଦ୍‌ଘାଟନ କରିଛନ୍ତି। ଏହି ଅତ୍ୟାଧୁନିକ ପ୍ଲାଣ୍ଟରେ ଦୈନିକ ୫ ଲକ୍ଷ ଲିଟର କ୍ଷୀର ପ୍ରକ୍ରିୟାକରଣ କରାଯିବ। ଏଥିରୁ ଦୈନିକ ୨ ଲକ୍ଷ ଲିଟର ଦୁଗ୍ଧଗୁଣ୍ଡ ଉତ୍ପାଦିତ ହେବ। ଏଥିସହିତ ଉଚ୍ଚମାନର ଦହି, ଦୁଗ୍ଧ, ଲହୁଣି, ଲସି, ଘିଅ, ପନିର ଓ ଫ୍ଲେଭର ମିଲ୍କ ଉତ୍ପାଦନ କରାଯାଇ ଲୋକଙ୍କୁ ସୁଲଭ ମୂଲ୍ୟରେ ଯୋଗାଇ ଦିଆଯିବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓମ୍‌ଫେଡ ହେଉଛି ରାଜ୍ୟର ଲକ୍ଷ ଲକ୍ଷ ଦୁଗ୍ଧଚାଷୀଙ୍କ ନିଜ ଅନୁଷ୍ଠାନ। ଏହାର ବିକାଶରେ ସମସ୍ତ ଚାଷୀ ଭଉଣୀଭାଇମାନଙ୍କ ଅବଦାନ ରହିଛି। ଓମ୍‌ଫେଡ ମଧ୍ୟ ସବୁବେଳେ ଚାଷୀଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରିଆସୁଛି। ଏହି ନୂଆ ପ୍ଲାଣ୍ଟ ଉଦ୍‌ଘାଟନ ଦ୍ବାରା ଚାଷୀମାନଙ୍କ ରୋଜଗାର ବଢ଼ିବ। ଏଥିରେ ପ୍ରାୟ ୬ଲକ୍ଷ ଦୁଗ୍ଧଚାଷୀ ଉପକୃତ ହେବେ।
ଚାଷୀମାନଙ୍କର ରୋଜଗାର ବଢ଼ାଇବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ଏଥିପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ରାଜ୍ୟରେ ଡାଇରି ଫାର୍ମ ଓ ଦୁଗ୍ଧ ପ୍ରକ୍ରିୟାକରଣ ୟୁନିଟ୍‌ ପ୍ରତିଷ୍ଠା ପାଇଁ ଯେପରି ଯୁବ ସମାଜ ଆଗେଇ ଆସିବେ ସେଥିପାଇଁ ରାଜ୍ୟ ସରକାର ୫୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରିହାତି ଦେଉଛନ୍ତି। ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସୁଯୋଗ ନେଇ ରାଜ୍ୟର ବିକାଶରେ ଭାଗୀଦାର ହେବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି। ସେହିପରି ପୁଷ୍ଟି ନିରାପତ୍ତାରେ ଦୁଗ୍ଧର ଗୁରୁତ୍ୱ ବିଷୟ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଆହ୍ବାନ ଜଣାଇଛନ୍ତି। ଶ୍ବେତ ବିପ୍ଳବ ଆଣିବା ପାଇଁ ସରକାରଙ୍କ ଉଦ୍ୟମରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି। ରାଜ୍ୟରେ ଓମ୍‌ଫେଡର ଦୁଗ୍ଧ ସଂଗ୍ରହ କ୍ଷମତା ଦୈନିକ ୧୦ ଲକ୍ଷ ଲିଟରକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହି ଅତ୍ୟାଧୁନିକ ମେଗା ଡାଇରି ପ୍ଲାଣ୍ଟ ପରିଦର୍ଶନ କରିଥିଲେ। ଡାଇରି ଫାର୍ମ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ଲାଣ୍ଟରେ ପ୍ରସ୍ତୁତ ଦହି ଓ ରାବିଡ଼ି ଦିଆଯାଇଥିଲା। ରାବିଡ଼ି ଖାଇବା ପରେ ଏହାର ସ୍ବାଦକୁ ମୁଖ୍ୟମନ୍ତ୍ରୀ ବହୁତ ପ୍ରଶଂସା କରିଥିଲେ।


ସୂଚନାଯୋଗ୍ୟ ଯେ ଗତ ୨ ଦଶକରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ପ୍ରାୟ ତିନିଗୁଣ ବୃଦ୍ଧିପାଇଛି । ୨୦୦୦ ରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ୮ଲକ୍ଷ ୭୫ହଜାର ମେଟ୍ରିକ ଟନ୍‌ ଥିବାବେଳେ ୨୦୨୦ରେ ଏହା ୨୩ ଲକ୍ଷ ୭୦ ହଜାର ମେଟ୍ରିକ ଟନ୍‌କୁ ବୃଦ୍ଧିପାଇଛି। ବର୍ତ୍ତମାନ ଓମ୍‌ଫେଡ ଦ୍ବାରା ଦୈନିକ ୫ଲକ୍ଷ ଲିଟର ଦୁଗ୍ଧ ୪୦୫ଟି ଶୀତଳୀକରଣ କେନ୍ଦ୍ରରେ ସଂଗ୍ରହ କରାଯାଉଛି ଏବଂ ୧୩ଟି ପ୍ଲାଣ୍ଟରେ ପ୍ରକ୍ରିୟାକରଣ କରାଯାଉଛି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ବିଭାଗୀୟ ମନ୍ତ୍ରୀ ଅରୁଣ ସାହୁ ରାଜ୍ୟରେ କୃଷି ଓ ଆନୁସଙ୍ଗିକ କୃଷିର ବିକାଶ କ୍ଷେତ୍ରରେ ସରକାର ଗ୍ରହଣ କରିଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ। ସଂଗୃହୀତ ଦୁଗ୍ଧର ଉପଯୁକ୍ତ ବିକ୍ରି ଓ ଉଚିତ୍‌ ମୂଲ୍ୟ ପାଇବା ଯୋଗୁ ଦୁଗ୍ଧଚାଷୀଙ୍କ ଆୟରେ ଉଲ୍ଲେଖନୀୟ ବୃଦ୍ଧି ଘଟିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ରାଜ୍ୟସଭା ସଦସ୍ୟ ସୁବାସ ସିଂ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, ଏନ୍‌ଡିଡିବି ଅଧ୍ୟକ୍ଷ ଓ ବିଭାଗୀୟ ଶାସନ ସଚିବ, ଜିଲାପାଳ, ସିଏମ୍‌ସି କମିଶନର ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ହାରିଲେ ଜୀବନ

ଖଡ଼ିଆଳ,୧୭।୩(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ଥାନା କୋଟାମାଲ ଗାଁରେ ଗୁରୁବାର ଜଣେ ଯୁବକ ବେକରେ ରଶି ଲଗାଇ ଆତ୍ନହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ହେଲେ...

ବାତ୍ୟା ପରେ ବିଗୁଡୁଛି ପରିମଳ ବ୍ୟବସ୍ଥା: କୋମାରେ ଗାଁ କଲ୍ୟାଣ ସମିତି

ବ୍ରହ୍ମଗିରି, ୧୭ା୫(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀ ପୁରୀ ଜିଲାରେ ତାଣ୍ଡବ ରଚିଛି। ଏଥିରେ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ବ୍ରହ୍ମଗିରି ବ୍ଲକ। ବାତ୍ୟା ପରେ ବିଗୁଡୁଛି ଗାଁ...

ପ୍ରେମ ଘଟଣାକୁ ନେଇ ହତ୍ୟା: ମହିଳାଙ୍କ ଅର୍ଦ୍ଧ ଲଗ୍ନ ମୃତଦେହ ଜବତ, ୨ ଗିରଫ

ହିଞ୍ଜିଳିକାଟୁ,୨ା୮(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା କୁକଡ଼ାଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ବୋରିଗାଁ ପଞ୍ଚାୟତ ମହୁଲପଲ୍ଲୀ ଗ୍ରାମର ଏକ ଶଶ୍ମାନରୁ ରବିବାର ମାଟି ଖୋଳି...

ଆନନ୍ଦପୁର ବିଧାୟକଙ୍କୁ କରୋନା

କେନ୍ଦୁଝର, ୫।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ନିଜେ ଶନିବାର ଟୁଇଟ କରି ସୂଚନା ଦେଇଛନ୍ତି।...

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାରିପଦା ଅଫିସ,୧୮।୭: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ମୟୂରଭଞ୍ଜ ଜିଲା କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ହୃଦେଶ୍ୱର ବେହେରାଙ୍କ ଘରେ ଭିଜିଲାନ୍ସ...

ଆଜି ରଥଯାତ୍ରା ପ୍ରଥମ ସମନ୍ବୟ କମିଟି ବୈଠକ

ପୁରୀ ଅଫିସ, ୧୧ା୪: ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଆସନ୍ତା ଜୁନ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଏବଂ ପୁରୀ ଜିଲା ପ୍ରଶାସନ...

ଅମ୍ଫନ୍‌ ପ୍ରଭାବ, ଗୋପାଳପୁର ବେଳାଭୂମି ଅଶାନ୍ତ

ଗୋପାଳପୁର,୧୯ା୫(ଡି.ଏନ୍‌.ଏ.)- ଅମ୍ଫନ୍‌ ପ୍ରଭାବରେ ମଙ୍ଗଳବାର ଗୋପାଳପୁର ବେଳାଭୂମି ଅଶାନ୍ତ ରହିବା ସହ ବଡବଡ ଜୁଆର ଉଠିଥିଲା। ୨୪ ଘଣ୍ଟାରେ ୦.୫ ମିଲି ବର୍ଷା ରେକର୍ଡ଼ କରାଯାଇଛି।...

ନିଦ ହଜାଉଛି ଜରିମାନା

ଭୁବନେଶ୍ୱର ୭ା୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଆସିବା ପରେ ଜରିମାନା ଆଦାୟରେ ଅନ୍ୟ ରାଜ୍ୟକୁ ପଛରେ ପକାଇଛି ଓଡ଼ିଶା। ମାତ୍ର ୪ଦିନରେ ସାରା ରାଜ୍ୟରୁ...

Advertisement
Archives

Model This Week