ରାବିଡ଼ି ଖାଇ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୧୧।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଟକ ଜିଲା ଅରିଲୋଠାରେ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍‌ଫେଡର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ଉଦ୍‌ଘାଟନ କରିଛନ୍ତି। ଏହି ଅତ୍ୟାଧୁନିକ ପ୍ଲାଣ୍ଟରେ ଦୈନିକ ୫ ଲକ୍ଷ ଲିଟର କ୍ଷୀର ପ୍ରକ୍ରିୟାକରଣ କରାଯିବ। ଏଥିରୁ ଦୈନିକ ୨ ଲକ୍ଷ ଲିଟର ଦୁଗ୍ଧଗୁଣ୍ଡ ଉତ୍ପାଦିତ ହେବ। ଏଥିସହିତ ଉଚ୍ଚମାନର ଦହି, ଦୁଗ୍ଧ, ଲହୁଣି, ଲସି, ଘିଅ, ପନିର ଓ ଫ୍ଲେଭର ମିଲ୍କ ଉତ୍ପାଦନ କରାଯାଇ ଲୋକଙ୍କୁ ସୁଲଭ ମୂଲ୍ୟରେ ଯୋଗାଇ ଦିଆଯିବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓମ୍‌ଫେଡ ହେଉଛି ରାଜ୍ୟର ଲକ୍ଷ ଲକ୍ଷ ଦୁଗ୍ଧଚାଷୀଙ୍କ ନିଜ ଅନୁଷ୍ଠାନ। ଏହାର ବିକାଶରେ ସମସ୍ତ ଚାଷୀ ଭଉଣୀଭାଇମାନଙ୍କ ଅବଦାନ ରହିଛି। ଓମ୍‌ଫେଡ ମଧ୍ୟ ସବୁବେଳେ ଚାଷୀଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରିଆସୁଛି। ଏହି ନୂଆ ପ୍ଲାଣ୍ଟ ଉଦ୍‌ଘାଟନ ଦ୍ବାରା ଚାଷୀମାନଙ୍କ ରୋଜଗାର ବଢ଼ିବ। ଏଥିରେ ପ୍ରାୟ ୬ଲକ୍ଷ ଦୁଗ୍ଧଚାଷୀ ଉପକୃତ ହେବେ।
ଚାଷୀମାନଙ୍କର ରୋଜଗାର ବଢ଼ାଇବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ଏଥିପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ରାଜ୍ୟରେ ଡାଇରି ଫାର୍ମ ଓ ଦୁଗ୍ଧ ପ୍ରକ୍ରିୟାକରଣ ୟୁନିଟ୍‌ ପ୍ରତିଷ୍ଠା ପାଇଁ ଯେପରି ଯୁବ ସମାଜ ଆଗେଇ ଆସିବେ ସେଥିପାଇଁ ରାଜ୍ୟ ସରକାର ୫୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରିହାତି ଦେଉଛନ୍ତି। ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସୁଯୋଗ ନେଇ ରାଜ୍ୟର ବିକାଶରେ ଭାଗୀଦାର ହେବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି। ସେହିପରି ପୁଷ୍ଟି ନିରାପତ୍ତାରେ ଦୁଗ୍ଧର ଗୁରୁତ୍ୱ ବିଷୟ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଆହ୍ବାନ ଜଣାଇଛନ୍ତି। ଶ୍ବେତ ବିପ୍ଳବ ଆଣିବା ପାଇଁ ସରକାରଙ୍କ ଉଦ୍ୟମରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି। ରାଜ୍ୟରେ ଓମ୍‌ଫେଡର ଦୁଗ୍ଧ ସଂଗ୍ରହ କ୍ଷମତା ଦୈନିକ ୧୦ ଲକ୍ଷ ଲିଟରକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହି ଅତ୍ୟାଧୁନିକ ମେଗା ଡାଇରି ପ୍ଲାଣ୍ଟ ପରିଦର୍ଶନ କରିଥିଲେ। ଡାଇରି ଫାର୍ମ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ଲାଣ୍ଟରେ ପ୍ରସ୍ତୁତ ଦହି ଓ ରାବିଡ଼ି ଦିଆଯାଇଥିଲା। ରାବିଡ଼ି ଖାଇବା ପରେ ଏହାର ସ୍ବାଦକୁ ମୁଖ୍ୟମନ୍ତ୍ରୀ ବହୁତ ପ୍ରଶଂସା କରିଥିଲେ।


ସୂଚନାଯୋଗ୍ୟ ଯେ ଗତ ୨ ଦଶକରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ପ୍ରାୟ ତିନିଗୁଣ ବୃଦ୍ଧିପାଇଛି । ୨୦୦୦ ରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ୮ଲକ୍ଷ ୭୫ହଜାର ମେଟ୍ରିକ ଟନ୍‌ ଥିବାବେଳେ ୨୦୨୦ରେ ଏହା ୨୩ ଲକ୍ଷ ୭୦ ହଜାର ମେଟ୍ରିକ ଟନ୍‌କୁ ବୃଦ୍ଧିପାଇଛି। ବର୍ତ୍ତମାନ ଓମ୍‌ଫେଡ ଦ୍ବାରା ଦୈନିକ ୫ଲକ୍ଷ ଲିଟର ଦୁଗ୍ଧ ୪୦୫ଟି ଶୀତଳୀକରଣ କେନ୍ଦ୍ରରେ ସଂଗ୍ରହ କରାଯାଉଛି ଏବଂ ୧୩ଟି ପ୍ଲାଣ୍ଟରେ ପ୍ରକ୍ରିୟାକରଣ କରାଯାଉଛି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ବିଭାଗୀୟ ମନ୍ତ୍ରୀ ଅରୁଣ ସାହୁ ରାଜ୍ୟରେ କୃଷି ଓ ଆନୁସଙ୍ଗିକ କୃଷିର ବିକାଶ କ୍ଷେତ୍ରରେ ସରକାର ଗ୍ରହଣ କରିଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ। ସଂଗୃହୀତ ଦୁଗ୍ଧର ଉପଯୁକ୍ତ ବିକ୍ରି ଓ ଉଚିତ୍‌ ମୂଲ୍ୟ ପାଇବା ଯୋଗୁ ଦୁଗ୍ଧଚାଷୀଙ୍କ ଆୟରେ ଉଲ୍ଲେଖନୀୟ ବୃଦ୍ଧି ଘଟିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ରାଜ୍ୟସଭା ସଦସ୍ୟ ସୁବାସ ସିଂ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, ଏନ୍‌ଡିଡିବି ଅଧ୍ୟକ୍ଷ ଓ ବିଭାଗୀୟ ଶାସନ ସଚିବ, ଜିଲାପାଳ, ସିଏମ୍‌ସି କମିଶନର ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri