ଠାକୁର ଅନୁକୂଳଚନ୍ଦ୍ରଙ୍କ ଉତ୍କଳ ଆଗମନୀର ୧୦୧ ତମ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୮ା୧: ତାଳବଣିଆସ୍ଥିତ ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ରବିବାର ଆୟୋଜିତ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନୀର ୧୦୧ ତମ ପୂର୍ତ୍ତି ଉତ୍ସବରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ସୁନ୍ଦର ରାଜ୍ୟ ଓ ଦେଶ ଗଠନ ପାଇଁ  ଆହ୍ବାନ ଦେଇଛନ୍ତି।

ସଭାସ୍ଥଳକୁ ଯାଇ ପ୍ରଥମେ ଜୟ ଜଗନ୍ନାଥ ଏବଂ ଜୟଗୁରୁ କହି ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ । ଠାକୁର ଅନୁକୂଳଚନ୍ଦ୍ରଙ୍କ ସ୍ମୃତିଚାରଣ କରିବା ସହ ଠାକୁରଙ୍କ ଭକ୍ତ ସମାଜ ସେବାରେ ଭଲ ଯୋଗଦାନ କରୁଥିବା କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ, ୧୦୦ ବର୍ଷ ତଳେ ଠାକୁର ଅନୁକୂଳଚନ୍ଦ୍ର ପୁରୀ ଆସିଥିଲେ। ଠାକୁରଙ୍କ ସହ ତାଙ୍କର ବହୁ ଅନୁଗାମୀ ମଧ୍ୟ ପୁରୀ ଆସିଥିଲେ। ସୁନ୍ଦର ଓ ସୁସ୍ଥ ଓଡ଼ିଶା ଗଠନରେ ସେମାନଙ୍କର ଅବଦାନ ଅନସ୍ବୀକାର୍ଯ୍ୟ। ସତ୍‌ସଙ୍ଗର ଲକ୍ଷଲକ୍ଷ ଅନୁଗାମୀ ସମାଜ କଲ୍ୟାଣ ଲାଗି କାମ କରୁଛନ୍ତି। ତେଣୁ ସମସ୍ତେ ମିଶି ସୁନ୍ଦର ରାଜ୍ୟ ଗଠନ କରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଉତ୍ସବରେ ମୁଖ୍ୟବକ୍ତା ଭାବେ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ର ଯୋଗ ଦେଇଥିଲେ। ସଭା ପ୍ରାରମ୍ଭରେ ମହୋତ୍ସବ କମିଟିର ଆବାହକ ଡକ୍ଟର ବିନାୟକ ମହାପାତ୍ର ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଏହାପରେ ବିଧାୟକ ଦେବୀପ୍ରସାଦ ମିଶ୍ର ପ୍ରାରମ୍ଭିକ ସୂଚନା ଦେଇଥିଲେ।  ସତ୍‌ସଙ୍ଗର ବରିଷ୍ଠ କର୍ମକର୍ତ୍ତା ଡ. ନୃସିଂହ ତ୍ରିପାଠୀ, ଯତୀନ୍ଦ୍ରନାଥ ମହାନ୍ତି ଓ ଡମ୍ବରୁଧର ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ସମଗ୍ର ରାଜ୍ୟରୁ ୭୦ ହଜାରରୁ ଅଧିକ ସତ୍‌ସଙ୍ଗୀ ପ୍ରେମୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri