ଠାକୁର ଅନୁକୂଳଚନ୍ଦ୍ରଙ୍କ ଉତ୍କଳ ଆଗମନୀର ୧୦୧ ତମ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୮ା୧: ତାଳବଣିଆସ୍ଥିତ ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ରବିବାର ଆୟୋଜିତ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନୀର ୧୦୧ ତମ ପୂର୍ତ୍ତି ଉତ୍ସବରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ସୁନ୍ଦର ରାଜ୍ୟ ଓ ଦେଶ ଗଠନ ପାଇଁ  ଆହ୍ବାନ ଦେଇଛନ୍ତି।

ସଭାସ୍ଥଳକୁ ଯାଇ ପ୍ରଥମେ ଜୟ ଜଗନ୍ନାଥ ଏବଂ ଜୟଗୁରୁ କହି ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ । ଠାକୁର ଅନୁକୂଳଚନ୍ଦ୍ରଙ୍କ ସ୍ମୃତିଚାରଣ କରିବା ସହ ଠାକୁରଙ୍କ ଭକ୍ତ ସମାଜ ସେବାରେ ଭଲ ଯୋଗଦାନ କରୁଥିବା କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ, ୧୦୦ ବର୍ଷ ତଳେ ଠାକୁର ଅନୁକୂଳଚନ୍ଦ୍ର ପୁରୀ ଆସିଥିଲେ। ଠାକୁରଙ୍କ ସହ ତାଙ୍କର ବହୁ ଅନୁଗାମୀ ମଧ୍ୟ ପୁରୀ ଆସିଥିଲେ। ସୁନ୍ଦର ଓ ସୁସ୍ଥ ଓଡ଼ିଶା ଗଠନରେ ସେମାନଙ୍କର ଅବଦାନ ଅନସ୍ବୀକାର୍ଯ୍ୟ। ସତ୍‌ସଙ୍ଗର ଲକ୍ଷଲକ୍ଷ ଅନୁଗାମୀ ସମାଜ କଲ୍ୟାଣ ଲାଗି କାମ କରୁଛନ୍ତି। ତେଣୁ ସମସ୍ତେ ମିଶି ସୁନ୍ଦର ରାଜ୍ୟ ଗଠନ କରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଉତ୍ସବରେ ମୁଖ୍ୟବକ୍ତା ଭାବେ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ର ଯୋଗ ଦେଇଥିଲେ। ସଭା ପ୍ରାରମ୍ଭରେ ମହୋତ୍ସବ କମିଟିର ଆବାହକ ଡକ୍ଟର ବିନାୟକ ମହାପାତ୍ର ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଏହାପରେ ବିଧାୟକ ଦେବୀପ୍ରସାଦ ମିଶ୍ର ପ୍ରାରମ୍ଭିକ ସୂଚନା ଦେଇଥିଲେ।  ସତ୍‌ସଙ୍ଗର ବରିଷ୍ଠ କର୍ମକର୍ତ୍ତା ଡ. ନୃସିଂହ ତ୍ରିପାଠୀ, ଯତୀନ୍ଦ୍ରନାଥ ମହାନ୍ତି ଓ ଡମ୍ବରୁଧର ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ସମଗ୍ର ରାଜ୍ୟରୁ ୭୦ ହଜାରରୁ ଅଧିକ ସତ୍‌ସଙ୍ଗୀ ପ୍ରେମୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଝିଅ ପାଇଁ ଘରଡିହ ବିକିଲେ ପୂର୍ବତନ ବିଧାୟକ

ଆଳି,୧୯ା୪(ବନମାଳୀ ସେନାପତି):କେନ୍ଦ୍ରାପଡ଼ା ଲୋକ ସଭା ଆସନ ମଧ୍ୟରେ ଆଳି ବିଧାନସଭା ଆସନଟି ପ୍ରତ୍ୟେକ ନିର୍ବାଚନ ସମୟରେ ଚର୍ଚ୍ଚା ମଧ୍ୟରେ ରହିଥାଏ। ଚଳିତ ନିର୍ବାଚନରେ ମଧ୍ୟ ଏକ...

ବିଜେଡି, କଂଗ୍ରେସର ଛିଣ୍ଡୁନି ଟିକେଟ ଅଙ୍କ

ଯାଜପୁର,୧୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ବଡ଼ଚଣା। ବୁଧବାର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସୀତାକାନ୍ତ ମହାପାତ୍ରଙ୍କ ପୁଅ ରାଜନାରାୟଣ ବିଜେଡିରେ ଯୋଗଦେଇ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri