Posted inଖେଳ

ମୁଖ୍ୟମନ୍ତ୍ରୀ କିଣିଲେ ପ୍ରଥମ ଟିକେଟ

ଭୁବନେଶ୍ୱର, ୩୧ା୫(ସ୍ପୋଟର୍‌ସ ବ୍ୟୁରୋ): ଜୁନ୍‌ ୯ରୁ ୧୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଖେଳାଯିବାକୁ ଥିବା ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ୨୦୨୩ର ପ୍ରଥମ ଟିକେଟ କ୍ରୟ କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ସେକ୍ରେଟାରୀ ଜେନେରାଲ ଡ. ଶାଜି ପ୍ରଭାକରନ ଓ ଭାରତୀୟ ଫୁଟ୍‌ବଲ ଦଳର କୋଚ୍‌ ଇଗୋର ଷ୍ଟିମାକ୍‌ଙ୍କ ଉପସ୍ଥିତିରେ ଭାରତୀୟ ଫୁଟ୍‌ବଲ ଟିମ୍‌ ଅଧିନାୟକ ସୁନୀଲ ଛେତ୍ରୀ ଏହି ଟିକେଟ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି। ଭୁବନେଶ୍ୱର ଓ ରାଉରକେଲାରେ ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ବିଶ୍ୱକପ୍‌ ୨୦୨୩ର ସଫଳ ଆୟୋଜନ ପରେ ଓଡ଼ିଶା ଆଉ ଏକ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟ ଆୟୋଜନ କରିବାକୁ ଯାଉଛି। ୪ଟି ଦେଶକୁ ନେଇ ହେବାକୁଥିବା ଏହି ଟୁର୍ନାମେଣ୍ଟରେ ଭାରତ, ଲେବାନନ, ମଙ୍ଗୋଲିଆ ଓ ଭାନୁଆଟୁ ଅଂଶଗ୍ରହଣ କରିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଓଡ଼ିଶାର ବହୁ ଲୋକଙ୍କର ଫୁଟ୍‌ବଲ ଖେଳ ପ୍ରତି ଆଦର ରହିଛି। ଏହି ଦର୍ଶନୀୟ ଇଭେଣ୍ଟର ଆୟୋଜନ କରିବା ଆମ ପାଇଁ ଆଉ ଏକ ସମ୍ମାନର ବିଷୟ। କେବଳ ଆମ ରାଜ୍ୟ ନୁହେଁ ଭାରତବର୍ଷର ଫୁଟ୍‌ବଲପ୍ରେମୀଙ୍କ ଲାଗି ଏକ ଖୁସିର ବିଷୟ। ଟୁର୍ନାମେଣ୍ଟରେ ଭାଗ ନେଉଥିବା ଦଳଗୁଡ଼ିକର ସେ ଶୁଭକାମନା କରିବା ସହ ଟପ୍‌ କ୍ୱାଲିଟି ଫୁଟ୍‌ବଲ ଦେଖିବା ଲାଗି ବହୁ ସଂଖ୍ୟାରେ ଦର୍ଶକ ଉପସ୍ଥିତ ରହିଲେ ଖେଳାଳିମାନେ ଉତ୍ସାହିତ ହେବେ ବୋଲି ସେ କହିଛନ୍ତି। ଓଡ଼ିଶା ଫୁଟ୍‌ବଲର ଏକ ପ୍ରମୁଖ ହବ୍‌ ହୋଇ ଉଭା ହୋଇଛି। ରାଜ୍ୟରେ ୧୭ ବର୍ଷରୁ କମ୍‌ ଫିଫା ମହିଳା ବିଶ୍ୱକପ୍‌ ୨୦୨୨, ସାଫ୍‌ ୨୦ ବର୍ଷରୁ କମ୍‌ ଚାମ୍ପିୟନଶିପ୍‌ ୨୦୨୨, ଆଇଏସ୍‌ଏଲ ସିଜନ, ଆଇଡବ୍ଲ୍ୟୁଏଲ୍‌ ୨୦୨୧-୨୨ ଏବଂ ଓଡ଼ିଶା ଓମେନ୍ସ ଲିଗ୍‌ ସଫଳତାର ସହିତ ଆୟୋଜନ ହୋଇଛି। ଏଆଇଏଫ୍‌ଏଫ୍‌ ସହିତ ପାର୍ଟନରଶିପ୍‌ରେ ରାଜଧାନୀ ସହର ଭୁବନେଶ୍ୱରରେ ଭାରତୀୟ ୧୬ ବର୍ଷରୁ କମ୍‌ ଓ ୧୯ ବର୍ଷରୁ କମ୍‌ ଦଳ ସେମାନଙ୍କର କ୍ୟାମ୍ପ ଓ ଟ୍ରେନିଂ ସେସନ ଆୟୋଜନ କରିଆସୁଛନ୍ତି। ଇଣ୍ଡିଆନ ଓମେନ୍ସ ଲିଗ୍‌ରେ ଓଡ଼ିଶା ଏକମାତ୍ର ରାଜ୍ୟ, ଯେଉଁ ରାଜ୍ୟରୁ ୨ଟି ଦଳ ଏହି ପ୍ରତିଯୋଗିତାରେ ଭାଗ ନେଉଛନ୍ତି। ଉଦ୍‌ଘାଟନୀ ମ୍ୟାଚ ଲେବାନନ ଓ ଭାନୁଆଟୁ ମଧ୍ୟରେ ଖେଳାଯିବ। ଭାରତ ଏହାର ପ୍ରଥମ ମ୍ୟାଚ ମଙ୍ଗୋଲିଆ ବିପକ୍ଷରେ ଖେଳି ପ୍ରତିଯୋଗିତାରେ ଅଭିଯାନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri