ଜଣେ ଏମ୍‌ପିଙ୍କ ନାଁରେ ବଡ଼ ଅଭିଯୋଗ ଆଣିଲେ ମୁଖ୍ୟମନ୍ତ୍ରୀ

ପୁରୁଣା ଭୁବନେଶ୍ୱର,୨୧ା୫(ସୁବାସ ଚନ୍ଦ୍ର ପ୍ରଧାନ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରେ ରୋଡ୍‌ ଶୋ’ ପାଇଁ ସନ୍ଧ୍ୟାରେ ପଳାଶପଲ୍ଲୀ ଓଭରବ୍ରିଜ୍‌ଠାରେ ନବୀନଙ୍କ ଗାଡ଼ି ପହଞ୍ଚିଥିଲା। ଏହାପରେ ନବୀନ ଗାଡ଼ି ଉପରକୁ ଉଠି ଜନତାଙ୍କୁ ଉଦ୍‌ବୋଧନ ଦେବା ସହ ହାତ ହଲାଇ ଶୁଭେଚ୍ଛା ଜଣାଇଥିଲେ। ଆସନ୍ତା ଜୁଲାଇରୁ ମାଗଣା ବିଦ୍ୟୁତ୍‌ ମିଳିବ। ସମସ୍ତଙ୍କୁ ବିଏସ୍‌କଓ୍ବୋଇ କାର୍ଡ ମିଳିବ। ଏହି ଅବସରରେ ଆପଣମାନେ ଖୁସି ତ’ ବୋଲି ଜନତାଙ୍କୁ ପଚାରିଥିଲେ। ଏପରିକି ପୁରୀ ଶ୍ରୀମନ୍ଦିର ଏବଂ ଏକାମ୍ର ଭୁବନେଶ୍ୱରର ଶ୍ରୀଲିଙ୍ଗରାଜ ମନ୍ଦିର ମେଗା ପ୍ରକଳ୍ପ କାର୍ଯ୍ୟ ବନ୍ଦ କରିବା ପାଇଁ ଜଣେ ଏମ୍‌ପି ଚେଷ୍ଟା କରିଥିବା କହିଥିଲେ। ରାଜ୍ୟ ସରକାର ୭୦ଲକ୍ଷ ମହିଳାଙ୍କୁ ଆତ୍ମନିର୍ଭରଶୀଳ କରିଛନ୍ତି। ଲିଙ୍ଗରାଜ ମନ୍ଦିରର ରୂପରେଖ ବଦଳାଇଛନ୍ତି। ଏହି ଅବସରରେ ଏକାମ୍ର ବିଧାୟକ ପ୍ରାର୍ଥୀ ଅଶୋକ ଚନ୍ଦ୍ର ପଣ୍ଡା ଏବଂ ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କୁ ଶଙ୍ଖଚିହ୍ନରେ ଭୋଟ ଦେଇ ଜିତାଇବାକୁ ନିବେଦନ କରିଥିଲେ। ଏହାପରେ ସେଠାରୁ ପୁନମା ଗେଟ୍‌, ଭୀମଟାଙ୍ଗି ରୋଡ୍‌ ଦେଇ ଭୀମେଶ୍ୱର ମନ୍ଦିର ଛକ,ଏକାମ୍ର କଲେଜ ଛକ, ଲିଙ୍ଗରାଜ ପାସେଞ୍ଜର ହଲ୍ଟ ଛକ ଏବଂ ସେଠାରୁ ସୁନ୍ଦରପଦା ହାଟ ଛକଠାରେ ରୋଡ୍‌୍‌ ଶୋ’ ଶେଷ ହୋଇଥିଲା। ରାସ୍ତାର ଉଭୟ ପାର୍ଶ୍ୱରେ ଲୋକମାନେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’କୁ ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା ଦେଖାଯାଇଥିଲା। ରୋଡ୍‌ ଶୋ’ ବେଳେ ମୁଖ୍ୟମନ୍ତ୍ରୀ ବସ୍‌ର ଖୋଲା ରୁଫ୍‌ ଦେଇ ଲୋକଙ୍କୁ ହାତ ହଲାଇ ଅଭିନନ୍ଦନ ଜଣାଇବା ସହ ଦଳୀୟ ପ୍ରାର୍ଥୀମାନଙ୍କୁ ବହୁସଂଖ୍ୟାରେ ଭୋଟ ଦେଇ ବିଜୟୀ କରିବାକୁ ଅନୁରୋଧ କରିଥିଲେ। ଏହି ରୋଡ୍‌ ଶୋ’ରେ ଭୁବନେଶ୍ୱର ଏକାମ୍ର ବିଧାୟକ ପ୍ରାର୍ଥୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟ ପ୍ରମୁଖ ବିଜେଡିର ବହୁ ବରିଷ୍ଠ ନେତା ଓ କର୍ମୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri