ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ଆଜି ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି ଯେ, ପବିତ୍ର କାଳୀପୂଜା ଏବଂ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଚଳିତ ବର୍ଷ କୋଭିଡ୍‌ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ବଜାୟ ରଖନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ।