ଥୋମାସ କପ୍‌ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଥୋମାସ କପ୍‌ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ଏହା ସହ ଥୋମାସ କପ୍‌ ଜିତିଥିବା ଭାରତୀୟ ଦଳର ସମସ୍ତ ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ପ୍ରଦାନ କରାଯାଇଛି। ଥୋମାସ କପ୍‌ ବିଜେତା ଦଳର ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ଲୋକସେବା ଭବନ କନଭେନସନ ସେଣ୍ଟରରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇଥିଲା । ଏହି ଉତ୍ସବରେ ପୂର୍ବତନ ବ୍ୟାଡ୍‌ମିଣ୍ଟନ ଖେଳାଳି ପୁଲେଲା ଗୋପୀଚାନ୍ଦଙ୍କ ସମେତ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରାଯାଇଥିଲା। ୧୪ ଥର ଥୋମାସ୍‌ କପ୍‌ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଥିଲା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମ୍‌।

ଏହି ସମ୍ବର୍ଦ୍ଧନା ଉତ୍ସବରେ ବିଶ୍ୱ ଚାମ୍ପିୟନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଦେଶ ପାଇଁ ଥୋମାସ କପ୍‌ ବିଜୟ ଏକ ଐତିହାସକ ମୁହୂର୍ତ୍ତ। ବ୍ୟାଡମିଣ୍ଟନ ଭଳି ଖେଳରେ ଭାରତ ଉତ୍କର୍ଷତା ହାସଲ କରିଛି। ବ୍ୟାଡମିଣ୍ଟନରେ ଦେଶରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି । ୧୦ ବର୍ଷ ହେଲା ଭାରତ ଅନ୍ତର୍ଜାତୀୟ ସ୍ତରରେ ବଢ଼ିଆ ଖେଳିଆସୁଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri