ଇଣ୍ଡୋନେସିଆ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଇଣ୍ଡୋନେସିଆରୁ ଉଡ଼ାଣ ହେବାର ମାତ୍ର ୪ ମିନିଟ୍‌ ପରେ ଏକ ଯାତ୍ରୀବାହୀ ବିମାନ ସମୁଦ୍ର ମଧ୍ୟରେ ଖସି ପଡ଼ିଥିଲା। ତେବେ ଏହି ବିମାନର ଭଗ୍ନାବଶେଷ ମିଳିଛି। ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରଙ୍କୁ ସମବେଦନା ଜଣାଇଛନ୍ତି।

ମୋଟ୍‌ ୬୨ ଜଣ ଯାତ୍ରୀଙ୍କୁ ନେଇ ଜାକର୍ତ୍ତାରୁ ପୋଣ୍ଟିଆନକ୍‌ ଯାଉଥିବା ଇଣ୍ଡୋନେସିଆର ବୋଇଂ ୭୩୭-୫୦୦ ବିମାନରେ ୬ ଜଣ ଶିଶୁ ଥିଲେ। ପ୍ରାୟ ୧୦ ହଜାର ଫୁଟ ଉପରକୁ ଯିବା ପରେ ଏହା ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଜାଭା ସାଗର ଉପରେ ଉଡ଼ୁଥିବାବେଳେ ବିମାନଟି ସିଧା ତଳକୁ ଖସିଥିବାର ଫ୍ଲାଇଟ୍‌ ଟ୍ରାକିଂ ତଥ୍ୟରୁ ଜଣାପଡିଛି।

ଫ୍ଲାଇଟ୍‌ରାଡାର ୨୪ ଡାଟା ଅନୁଯାୟୀ ଉକ୍ତ ବିମାନ ୧୧,୦୦୦ ଫୁଟ ଉପରକୁ ଉଠିବା ପରେ ହଠାତ୍‌ ୨୫୦ ଫୁଟ ତଳକୁ ଖସିଥିଲା। ଏହାପରେ ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲ ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଉଦ୍ଧାରକାରୀ ଦଳ ଜାକର୍ତ୍ତାର ଉତ୍ତର ପାର୍ଶ୍ୱ ସମୁଦ୍ରରେ କେତେକ ଭଗ୍ନାବଶେଷ ଠାବ କରିଛନ୍ତି। ଇଣ୍ଡୋନେସିଆର ଉଦ୍ଧାରକାରୀ ସଂସ୍ଥା ଓ ଜାତୀୟ ପରିବହନ ନିରାପତ୍ତା କମିଶନ ଦୁର୍ଘଟଣାର ତଦନ୍ତ କରୁଛନ୍ତି।
୨୦୧୮ ଅକ୍ଟୋବରରେ ଲାଏନ୍‌ ଏୟାରର ଏକ ବୋଇଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ଜାଭା ସମୁଦ୍ରରେ ଖସିପଡ଼ିଥିଲା। ଏଥିରେ ଥିବା ସମସ୍ତ ୧୮୯ ଜଣ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri