ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୫।୯: ପାଗ ଖରାପ ଯୋଗୁ ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱରରେ ନ ଓହ୍ଲାଇ କୋଲକାତା ଗଲେ ମୁଖ୍ୟମନ୍ତ୍ରୀ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର।

ନୂଆଦିଲ୍ଲୀ ଗସ୍ତରେ ଥିଲେ ମୁଖ୍ୟମନ୍ତ୍ରୀ । ଗତକାଲି ନୂଆଦିଲ୍ଲୀଠାରେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ମହାମହିମ ରାଷ୍ଟ୍ରପତିଙ୍କ ସହ ଓଡ଼ିଶାର ବିକାଶ ପରିଯୋଜନା, ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ରାଜ୍ୟ ସରକାରଙ୍କ ଦୃଷ୍ଟିକୋଣ ଇତ୍ୟାଦି ବିଷୟରେ ଆଲୋଚନା ହୋଇଛି ।

ସେହିପରି କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ଓଡ଼ିଶା ସମ୍ବନ୍ଧୀୟ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ସହ ରାଜ୍ୟରେ ରେଳ ଭିତ୍ତିଭୂମିର ବିକାଶ, ସେମିକଣ୍ଡକ୍ଟର ଶିଳ୍ପ ଏବଂ ଆଇଟି କ୍ଷେତ୍ରର ପ୍ରସାର ଆଦି ବିଷୟରେ ଆଲୋଚନା ହୋଇଥିବା ସୂଚନା।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ପରିବହନ ବିଭାଗର କଠୋର ଆଭିମୁଖ୍ୟ: ବୈଧ ବୀମା ନଥିବା ଗାଡ଼ି…

ଭୁବନେଶ୍ୱର, ୧୦।୮: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ। ଟୋଲଗେଟ୍‌ରେ ଇ- ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ କରାଯିବ। ବୀମା, ଫିଟନେସ,…

ରାଜନୀତିରେ ହଲଚଲ: ଯୁବମୋର୍ଚ୍ଚା ସଭାପତି ନିଯୁକ୍ତ କଲା ଭାଜପା, ଏହି ୨ ଜଣଙ୍କୁ ମିଳିଲା ଗୁରୁଦାୟିତ୍ୱ

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ପଞ୍ଚାୟତ ଓ ପୌର ନିର୍ବାଚନ ଯେତିକି ପାଖାଉଛି ରାଜନୈତିକ ଉଷ୍ମତା ସେତିକି ବଢୁଛି ।ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତ…

କ୍ରାନ୍ତି ଦିବସରେ ଯୁବଶକ୍ତି ଟ୍ରଷ୍ଟର ‘କ୍ରାନ୍ତି ହିଁ କର୍ତ୍ତବ୍ୟ’କାର୍ଯ୍ୟକ୍ରମ

ଭୁବନେଶ୍ୱର, ଭୁବନେଶ୍ୱର, ୧୦।୮: ଐତିହାସିକ ଭାରତ ଛାଡ ଆନ୍ଦୋଳନର ସ୍ମୃତି ଓ ଚେତନାକୁ ନୂତନ ଯୁବ ପିଢିଙ୍କ ମଧ୍ୟରେ ପହଞ୍ଚାଇବା ସହ ଯୁବ ଶକ୍ତିକୁ ଦେଶ ଓ…

ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ…

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri