ଓଡ଼ିଶାରେ ଆଉ ଦୁଇ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଚଳାଚଳ ଦାବି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ କଟକ ଓ ପୁରୀ ରେଳ ଷ୍ଟେଶନର ପୁନଃ ବିକାଶ ସହ ଅନ୍ୟ କେତେକ ଯୋଜନାର ଗୁରୁବାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଡ଼ି ହୋଇ ଓଡ଼ିଶା ପାଇଁ ଆଉ ଦୁଇଟି ପୁରୀ- ରାଉରକେଲା ଏବଂ ଭୁବନେଶ୍ବର-ହାଇଦ୍ରାବାଦ ବନ୍ଦେ ଭାରତ ଏକ୍ସପ୍ରେସର ଚଳାଚଳ ଲାଗି ଦାବି କରିଛନ୍ତି। ଏଥିସହ ଅନୁଗୋଳ-ସୁକିନ୍ଦା ଏବଂ ହରିଦାସପୁର-ପାରାଦୀପ ଲାଇନ୍‌ରେ ଶୀଘ୍ର ପ୍ୟାସେଞ୍ଜର ଟ୍ରେନ ଚଳାଚଳ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ। ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ଦାବିକୁ ପୁଣି ଦୋହରାଇଛନ୍ତି ମୁଖ୍ୟମନ୍ତ୍ରୀ। ପୁରୀରେ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ ନିର୍ମାଣ, ଆଗାମୀ ୩/୪ ବର୍ଷ ଭିତରେ ଏହି ଏୟାରପୋର୍ଟର କାମ ଶେଷ ହେବାକୁ ଦାବି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ପୁରୀ ବିମାନବନ୍ଦରର ଲୋକାର୍ପଣ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଓଡ଼ିଶାରେ ରେଳର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ହେଉଥିବାରୁ ସେ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri