ନୀତି ଆୟୋଗ ବୈଠକରେ ଯୋଗ ଦେଲେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ଆୟୋଜିତ ନୀତି ଆୟୋଗ ଗଭର୍ନିଂ କାଉନସିଲର ୮ମ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇନାହାନ୍ତି। ତେବେ ନବୀନ ବୈଠକରେ ଯୋଗ ନ ଦେବା ନେଇ ଚର୍ଚ୍ଚା ଜୋର ଧରିଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ମୁଖ୍ୟମନ୍ତ୍ରୀ କିମ୍ବା ତାଙ୍କ ସ୍ଥାନରେ ଉପମୁଖ୍ୟମନ୍ତ୍ରୀମାନେ ହିଁ ଯୋଗଦେବେ ବୋଲି ନିୟମ ଥିଲା।