ବୈତରଣୀରେ ୭ଥର ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ

ପାଟଣା,୧୪।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ପ୍ରବାହିତ ହେଉଥିବା ବୈତରଣୀ ପରମେଶ୍ବର ମହାଦେବ ମନ୍ଦିର ସଂଲଗ୍ନ ଅନୁସୟା ଘାଟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ବୁଡ଼ ପକାଇଛନ୍ତି। ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି  ୭ ଥର ମକରବୁଡ ପକାଇ ଥିଲେ। ପ୍ରଥମେ ପୋଲ ଉପରେ ଉପସ୍ଥିତ ହଜାର ଲୋକଙ୍କୁ ଅଭିବାଦନ ଗ୍ରହଣ କରିବା ସହ ନମସ୍କାର କରି ମକର ବୁଡ ପକାଇଛନ୍ତି । କେନ୍ଦୁଝରରୁ ମଇଦାନ କେଲ ରାସ୍ତାରେ ସେ କଡା  ସୁରକ୍ଷା ବ୍ୟବସ୍ଥାରେ ଆସି ପ୍ରଥମେ ଘାଟରେ ପହଞ୍ଚିଥିଲେ। ପରେ ପାପନାଶିନୀ ବୈତରଣୀରେ ବୁଡ ପକାଇ ସୂର୍ଯ୍ୟଙ୍କୁ ଅର୍ଘ୍ୟପ୍ରଦାନ କରିଥିଲେ।
ତାଙ୍କ ସହ ପାଟଣା ବିଧାୟକ ଅଖିଳ ଚନ୍ଦ୍ରଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି, ଭାଜପା ନେତା ଉପସ୍ଥିତ ରହି ତାଙ୍କୁ ସ୍ବାଗତ କରିଥିଲେ।
 ପରେ ବୈତରଣୀ ସଂଲଗ୍ନ ପରମେଶ୍ବର ମହାଦେବ ଦର୍ଶନ ପରେ ପୁରାତନ ଆନନ୍ଦେଶ୍ୱର ଶିବ ମନ୍ଦିରକୁ ଯାଇ ସେଠାରେ ଜଳାଭିଷେକ କରିଥିଲେ। ଉଭୟ  ମନ୍ଦିର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ।

ତେବେ ମୁଖ୍ୟମନ୍ତ୍ରୀଙ୍କ ବୈତରଣୀରେ ବୁଡ ପକାଇବାକୁ ନେଇ ଅଞ୍ଚଳବାସୀ ବେଶ୍‌ ଉତ୍ସାହିତ ରହିଥିଲେ। ଏହି ଅବସରରେ ଏସ୍‌ପି ନୀତିନ କୁଷଲ କରଦାଗୁଡୁ, ଜିଲାପାଳ ବିଶାଲ ସିଂ, ଉପଜିଲାପାଳ ଉମାଶଙ୍କର ଦଳେଇ ପ୍ରମୁଖ ଉପସ୍ଥିତଥିଲେ। ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୯ ପ୍ଲାଟୁନ ପୋଲିସ ଫୋର୍ସ, ଲାଇଟ ଡିଟେକ୍ଟଟର, ଜାମର, ଡଗସ୍କ୍ବାର୍ଡ, ଭଳି କଡାସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ମାଜିଷ୍ଟ୍ରେଟ ଭାବେ ସାହାରପଡ଼ା ତହସିଲ ଦାର ରଞ୍ଜିତ ମହାନ୍ତ ନିୟୋଜିତ ରହିଛନ୍ତି।

ପରେ ମୁଖ୍ୟମନ୍ତ୍ରୀ ଚାକୁଣ୍ଡାପାଳ ପଞ୍ଚାୟତ ଶ୍ୟାମସୁନ୍ଦରପୁର ଗ୍ରାମର କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଜିଲା ପ୍ରତିନିଧି ହରି ମହାନ୍ତ ଘରେ ମକରର ସ୍ବତନ୍ତ୍ର ପୀଠା ଛାଙ୍କଲ ଖାଇ ସଡକ ପଥରେ କେନ୍ଦୁଝର ଗସ୍ତ କରବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri