ବୈତରଣୀରେ ୭ଥର ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ

ପାଟଣା,୧୪।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ପ୍ରବାହିତ ହେଉଥିବା ବୈତରଣୀ ପରମେଶ୍ବର ମହାଦେବ ମନ୍ଦିର ସଂଲଗ୍ନ ଅନୁସୟା ଘାଟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ବୁଡ଼ ପକାଇଛନ୍ତି। ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି  ୭ ଥର ମକରବୁଡ ପକାଇ ଥିଲେ। ପ୍ରଥମେ ପୋଲ ଉପରେ ଉପସ୍ଥିତ ହଜାର ଲୋକଙ୍କୁ ଅଭିବାଦନ ଗ୍ରହଣ କରିବା ସହ ନମସ୍କାର କରି ମକର ବୁଡ ପକାଇଛନ୍ତି । କେନ୍ଦୁଝରରୁ ମଇଦାନ କେଲ ରାସ୍ତାରେ ସେ କଡା  ସୁରକ୍ଷା ବ୍ୟବସ୍ଥାରେ ଆସି ପ୍ରଥମେ ଘାଟରେ ପହଞ୍ଚିଥିଲେ। ପରେ ପାପନାଶିନୀ ବୈତରଣୀରେ ବୁଡ ପକାଇ ସୂର୍ଯ୍ୟଙ୍କୁ ଅର୍ଘ୍ୟପ୍ରଦାନ କରିଥିଲେ।
ତାଙ୍କ ସହ ପାଟଣା ବିଧାୟକ ଅଖିଳ ଚନ୍ଦ୍ରଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି, ଭାଜପା ନେତା ଉପସ୍ଥିତ ରହି ତାଙ୍କୁ ସ୍ବାଗତ କରିଥିଲେ।
 ପରେ ବୈତରଣୀ ସଂଲଗ୍ନ ପରମେଶ୍ବର ମହାଦେବ ଦର୍ଶନ ପରେ ପୁରାତନ ଆନନ୍ଦେଶ୍ୱର ଶିବ ମନ୍ଦିରକୁ ଯାଇ ସେଠାରେ ଜଳାଭିଷେକ କରିଥିଲେ। ଉଭୟ  ମନ୍ଦିର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ।

ତେବେ ମୁଖ୍ୟମନ୍ତ୍ରୀଙ୍କ ବୈତରଣୀରେ ବୁଡ ପକାଇବାକୁ ନେଇ ଅଞ୍ଚଳବାସୀ ବେଶ୍‌ ଉତ୍ସାହିତ ରହିଥିଲେ। ଏହି ଅବସରରେ ଏସ୍‌ପି ନୀତିନ କୁଷଲ କରଦାଗୁଡୁ, ଜିଲାପାଳ ବିଶାଲ ସିଂ, ଉପଜିଲାପାଳ ଉମାଶଙ୍କର ଦଳେଇ ପ୍ରମୁଖ ଉପସ୍ଥିତଥିଲେ। ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୯ ପ୍ଲାଟୁନ ପୋଲିସ ଫୋର୍ସ, ଲାଇଟ ଡିଟେକ୍ଟଟର, ଜାମର, ଡଗସ୍କ୍ବାର୍ଡ, ଭଳି କଡାସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ମାଜିଷ୍ଟ୍ରେଟ ଭାବେ ସାହାରପଡ଼ା ତହସିଲ ଦାର ରଞ୍ଜିତ ମହାନ୍ତ ନିୟୋଜିତ ରହିଛନ୍ତି।

ପରେ ମୁଖ୍ୟମନ୍ତ୍ରୀ ଚାକୁଣ୍ଡାପାଳ ପଞ୍ଚାୟତ ଶ୍ୟାମସୁନ୍ଦରପୁର ଗ୍ରାମର କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଜିଲା ପ୍ରତିନିଧି ହରି ମହାନ୍ତ ଘରେ ମକରର ସ୍ବତନ୍ତ୍ର ପୀଠା ଛାଙ୍କଲ ଖାଇ ସଡକ ପଥରେ କେନ୍ଦୁଝର ଗସ୍ତ କରବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri