ଗୃହରେ ଉପସ୍ଥିତ ରହିବାକୁ ବିଧାୟକଙ୍କୁ ନିର୍ଦ୍ଦେଶଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩।୯(ସୁନିତ୍‌ ମିଶ୍ର): ବିଧାନସଭା ମୌସୁମୀ ଅଧିବେଶନରେ ବିରୋଧୀ ଦଳ ବିଭିନ୍ନ ପ୍ରସଙ୍ଗରେ ଶାସକ ଦଳକୁ ଘେରିବା ଲାଗି ରଣନୀତି ପ୍ରସ୍ତୁତ କରୁଛନ୍ତି। ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିଠାରୁ ଆରମ୍ଭକରି ଶିକ୍ଷା, ସ୍ବାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ବିରୋଧୀ ଆୟୁଧକରି ଶାସକ ଦଳକୁ ଘେରିବେ ବୋଲି ସୂଚନା ଦେଇଛନ୍ତି। ଏହାରି ଭିତରେ କୌଣସି ବିଧାୟକ ଗୃହରେ ଅନୁପସ୍ଥିତ ନ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ବିଜେଡି ବିଧାୟକ ଦଳ ବୈଠକ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଶୁକ୍ରବାର ୧୦ଟା ୩୦ ମିନିଟ୍‌ ସମୟରେ ଅନୁଷ୍ଠିତ ହୋଇଯାଇଛି। ମାତ୍ର ୧୫ ମିନିଟ୍‌ ଲାଗି ଚାଲିଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାରେ ପାରିତ ମହିଳା ସଂରକ୍ଷଣ ବିଲ୍‌ ସମ୍ପର୍କରେ ସୂଚନା ଦେଇଛନ୍ତି। ଏହି ଅବସରରେ ସେ ବିଧାୟକମାନଙ୍କୁ କହିଥିଲେ, ମହିଳା ସଂରକ୍ଷଣ ବିଲ୍‌ ଆଣିବା ଲାଗି ବିଜେଡି ପ୍ରଥମ ଦଳ ଭାବେ ପ୍ରସ୍ତାବ ଦେଇଥିଲା। ଏନେଇ ଅନ୍ୟ ରାଜ୍ୟଗୁଡିକର ସହଯୋଗ ମଧ୍ୟ ଲୋଡ଼ାଯାଇଥିଲା। ପାର୍ଲାମେଣ୍ଟରେ ବିଜେଡି ମହିଳାମାନଙ୍କ ଲାଗି ୩୩ ପ୍ରତିଶତ ସଂରକ୍ଷଣ ଦେଇଛି। ମହିଳାମାନଙ୍କୁ ଆଗକୁ ନେବାରେ ବିଜେଡି ପ୍ରଥମ ଦଳ। ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ଭାବେ ବିଜେଡି ନିଷ୍ପତ୍ତି ନେଇଥିବା କଥା ସେ କହିଛନ୍ତି। ଏଥିସହ ନବୀନ କହିଛନ୍ତି, ଗୃହରେ ଅତିରିକ୍ତ ବଜେଟ ଆଗତ କରାଯିବ। ତେଣୁ ସମସ୍ତ ବିଧାୟକ ବିଧାନସଭାରେ ଉପସ୍ଥିତ ରହି ଆଲୋଚନାରେ ଭାଗନେବା ଲାଗି ସେ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଅର୍ଥମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ବିକ୍ରମ କେଶରୀ ଆରୁଖ ମଧ୍ୟ ଗୃହରେ ସମସ୍ତ ବିଧାୟକଙ୍କୁ ଉପସ୍ଥିତ ରହିବା ଲାଗି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କୋଟିଏ ୨ ଲକ୍ଷରୁ…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri